Home ଦେଶ-ବିଦେଶ ପୁଣି ବାରଣାସୀରୁ ନିର୍ବାଚନ ଲଢିବେ ମୋଦି !

ପୁଣି ବାରଣାସୀରୁ ନିର୍ବାଚନ ଲଢିବେ ମୋଦି !

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ଆଗାମୀ ଲୋକସଭା ନିର୍ବାଚନ ୨୦୧୯ରେ ଉତ୍ତର ପ୍ରଦେଶର ବାରାଣସୀ ଆସନରୁ ଲଢ଼ିପାରନ୍ତି । ଏବାବଦରେ ଯଦିଓ ବିଧିବନ୍ଧ ଘୋଷଣା ହୋଇ ନାହିଁ ତଥାପି ଜାତୀୟ ଗଣମାଧ୍ୟମକୁ ଯାହା ସୂଚନା ମିଳିଛି, ଶୁକ୍ରବାର ସନ୍ଧ୍ୟାରେ ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ବୈଠକରେ ଏବାବଦରେ ଆଲୋଚନା ହୋଇଛି । ଗଣମାଧ୍ୟମର ରିପୋର୍ଟ ଅନୁସାରେ ମୋଦୀ ବାରାଣସୀରୁ ପୁଣିଥରେ ନିର୍ବାଚନ ପଡ଼ିଆକୁ ଓହ୍ଲାଇବେ ।

ଜାତୀୟ ରାଜଧାନୀ ନୂଆଦିଲ୍ଲୀର ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଦଳର ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ରୀୟ ନେତୃତ୍ୱରେ ଏହି ବୈଠକ ପାଖାପାଖି ୩ ଘଣ୍ଟା ପର୍ଯ୍ୟନ୍ତ ଆଲୋଚନା ହୋଇଥିଲା । ବୈଠକରେ ଆଗାମୀ ଲୋକସଭା ନିର୍ବାଚନ ପାଇଁ ପଲିସି ଓ ରଣନୀତି ସଂପର୍କରେ ଆଲୋଚନା ହୋଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ, ବିଦେଶ ମନ୍ତ୍ରୀ ସୁଷମା ସ୍ୱରାଜ ଏବଂ ଅନ୍ୟ ବରିଷ୍ଠ ନେତା ଉପସ୍ଥିତ ଥିଲେ । 

ଉଲ୍ଲେଖଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୪ ଲୋକସଭା ନିର୍ବାଚନରେ ବାରାଣସୀ ଲୋକସଭା ଆସନରେ ୫,୮୧,୦୨୨ ଭୋଟରେ ବିଜୟୀ ହୋଇଥିଲେ । ବାରାଣସୀ  ହେଉଛି ଦେଶର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଆସନ, ଯେଉଠାରୁ କି ମୋଦୀ ବର୍ତ୍ତମାନ ସାଂସଦ ଅଛନ୍ତି । ମୋଦୀଙ୍କ ଯୋଗୁଁ ବାରାଣସୀ ସଂସଦୀୟ କ୍ଷେତ୍ରରେ ଥିବା ୮ ଜଣ ବିଜେପି ବିଧାୟକ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ଜିତିଥିଲେ ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...