Home ଦେଶ-ବିଦେଶ ୧୦ରେ ଘୋଷଣା ହେବ ନିର୍ବାଚନ ତାରିଖ !

୧୦ରେ ଘୋଷଣା ହେବ ନିର୍ବାଚନ ତାରିଖ !

ନୂଆଦିଲ୍ଲୀ : ଆସନ୍ତା ମାର୍ଚ୍ଚ ୧୦ ତାରିଖରେ କେନ୍ଦ୍ରୀୟ ନିର୍ବାଚନ ଆୟୋଗ ନିର୍ବାଚନ ତାରିଖ ଘୋଷଣା କରିବା ସହ ସେହି ଦିନଠାରୁ ସମଗ୍ର ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇପାରେ । ପୂର୍ବରୁ ମାର୍ଚ୍ଚ ପ୍ରଥମ ସପ୍ତାହରେ ନିର୍ବାଚନ ତାରିଖ ଘୋଷଣା ହେବ ବୋଲି ମୁଖ୍ୟ ନିର୍ବାଚନ ଆୟୋଗ ସଂକେତ ପ୍ରଦାନ କରିଥିଲେ । ତେବେ ଫେବୃଆରୀ ୧୪ ତାରିଖ ଦିନ ପୁଲଓ୍ବାମା ଆତଙ୍କୀ ହମଲା ଏବଂ ଫେବୃଆରୀ ୨୬ ତାରିଖରେ ପିଓକେରେ ଭାରତର ଏୟାରଷ୍ଟ୍ରାଇକ୍ ଯୋଗୁଁ ନିର୍ବାଚନ ତାରିଖ ଘୋଷଣା ବିଳମ୍ବିତ ହେବ ବୋଲି ଆଶଙ୍କା କରାଯାଉଥିଲା । ତେବେ ମାର୍ଚ୍ଚ ୧ ତାରିଖ ଦିନ ଲକ୍ଷ୍ନୌଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ଘୋଷଣା କରିଥିଲେ ଯେ, ନିର୍ଦ୍ଧାରିତ ସମୟରେ ହିଁ ନିର୍ବାଚନ ହେବ ବୋଲି କହିଥିଲେ । ଫଳରେ ଦେଶରେ ପୁଣି ନିର୍ବାଚନକୁ ନେଇ ମାହୋଲ ସରଗରମ ହେବାରେ ଲାଗିଛି । ସୂଚନାଯୋଗ୍ୟ ଯେ, ଲୋକସଭା ସମେତ ୮ଟି ରାଜ୍ୟର ବିଧାନସଭା ନିର୍ବାଚନ ମଧ୍ୟ ଘୋଷଣା ହୋଇପାରେ । ଏହି ୮ଟି ରାଜ୍ୟ ହେଲା ଓଡିଶା, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ସିକିମ, ହରିୟାଣା, ମହାରାଷ୍ଟ୍ର, ଜମ୍ମୁ ଓ କାଶ୍ମୀର । ସମ୍ଭବତଃ ୫ଟି ବା ୬ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇପାରେ । ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ସହ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ କରିବା ପାଇଁ ବ୍ୟାକପ ସୁରକ୍ଷା ବଳର ଆବଶ୍ୟକତା ରହିଛି । ସୁରକ୍ଷାବଳଙ୍କ ଉପଲବ୍ଧିକୁ ଦୃଷ୍ଟିରେ ରଖି ନିର୍ବାଚନ ତାରିଖ ସ୍ଥିର ହୋଇପାରେ । ମାର୍ଚ୍ଚ ୮ତାରିଖରେ ବାରଣାସୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ସରକାରୀ କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମ ପରେ ୧୦ତାରିଖରେ ନିର୍ବାଚନ ତାରିଖ ଘୋଷଣା ପାଇଁ ଆପାତତଃ ସ୍ଥିର ହୋଇଛି । ଚଳିତବର୍ଷ ସାଧାରଣ ନିର୍ବାଚନ ଥିବାରୁ ସ୍କୁଲ, କଲେଜର ପରୀକ୍ଷା ମଧ୍ୟ ଆଗୁଆ ଅନୁଷ୍ଠିତ ହେଉଛି । ଆଜିଠାରୁ ମୁସଲମାନମାନଙ୍କର ରମଜାନ୍ ମାସ ଆରମ୍ଭ ହେଉଥିବାବେଳେ ଏହାକୁ ମଧ୍ୟ କମିଶନ ଦୃଷ୍ଟିରେ ରଖିଛନ୍ତି । ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗିରହିଥିବା ତିକ୍ତତା ମଧ୍ୟ ନିର୍ବାଚନ ତାରିଖ ନିର୍ଦ୍ଧାରଣକୁ ପ୍ରଭାବିତ କରିବ ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...