Home ଦେଶ-ବିଦେଶ ରାଜନୈତିକ ଦଳ ଗଢିଲେ ତୋଗାଡିଆ

ରାଜନୈତିକ ଦଳ ଗଢିଲେ ତୋଗାଡିଆ

ନୂଆଦିଲ୍ଲୀ: ବିଶ୍ୱର ଅନ୍ୟତମ ସଂଗଠନ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚପି)ର ପୂର୍ବତନ ନେତା ପ୍ରବୀଣ ତୋଗାଡିଆ ଗତକାଲି ଏକ ରାଜନୈତିକ ଦଳ ଲଞ୍ଚ୍‌ କରିଛନ୍ତି। ଏହି ଦଳର ନାଆଁ ରହିଛି ‘ହିନ୍ଦୁସ୍ତାନ ନିର୍ମାଣ ଦଳ’। ଏହି ରାଜନୈତିକ ଦଳର ଲଞ୍ଚ ଅବସରରେ ପ୍ରବୀଣ ଭାଇ ତୋଗାଡ଼ିଆ କହିଛନ୍ତି ଯେ ଏହି ନୂଆ ପାର୍ଟି ଆଗାମୀ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଏହାଛଡା ହିନ୍ଦୁସ୍ତାନ ନିର୍ମାଣ ଦଳ ବିଧାନସଭା ନିର୍ବାଚନ ମଧ୍ୟ ଲଢିବ ବୋଲି ସେ ଘୋଷଣା କରିଛନ୍ତି। ଦାରିଦ୍ର୍ୟ, ବେକାରୀ, କୃଷକ ଆତ୍ମହତ୍ୟା ଓ ରାଷ୍ଟ୍ରୀୟ ସୁରକ୍ଷା ଆଦି ପ୍ରସଙ୍ଗରେ ସମସ୍ତ ରାଜନୈତିକ ଦଳ ବିଫଳ ହୋଇଛନ୍ତି। ଏହି କାରଣରୁ ତାଙ୍କ ଦଳ ଏହି ପ୍ରସଙ୍ଗକୁ ଗୁରୁତ୍ୱ ଦେବ। ଏଠାରେ ସୂଚନାଯୋଗ୍ୟ ପ୍ରବୀଣ ତୋଗାଡିଆ ଏକଦା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହଯୋଗୀ ବୋଲି ବିବେଚିତ ହେଉଥିଲେ। ମାତ୍ର ଏବେ ସେ ମୋଦୀଙ୍କର ବିରୋଧୀ ଭାବେ ବିବେଚିତ ହେଉଛନ୍ତି। ଭାଜପା ପକ୍ଷରୁ କୁହାଯାଉଛି ଯେ ହିନ୍ଦୁସ୍ତାନ ନିର୍ମାଣ ଦଳର କୌଣସି ପ୍ରଭାବ ପଡ଼ିବ ନାହିଁ ।

ରାଜ୍ୟର ଖବର

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

୫ଜଣଙ୍କ ଜୀବନ ନେଲା ହାତୀ

ଅନଗୁଳ: ଗୁରୁବାର ମଧ୍ୟ ରାତ୍ରୀରେ ଅନୁଗୋଳ ଜିଲ୍ଲା ତାଳଚେରରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ତାଳଚେର ଅନ୍ତର୍ଗତ ଷଣ୍ଢଗାଁରେ ମଧ୍ୟରାତ୍ରରେ ପଲେ ହାତୀ ପଶି ଗୋଟିଏ ଗ୍ରାମର ୪ ଜଣ...

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦେଶ-ବିଦେଶ

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...

ବିଏସପି ସମର୍ଥକ ଭୋଟ୍ ଦେଲେ ବିଜେପିରେ, ପଶ୍ଚାତାପ କରି ନିଜ ଅଙ୍ଗୁଳି କାଟିଲେ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବୁଲନ୍ଦସହରରେ ଘଟିଛି ଏକ ଅଭାବନୀୟ ଘଟଣା। ଭୁଲରେ ଭାଜପାକୁ ଭୋଟ ଦେଇଥିବାରୁ ନିର୍ବାଚନ ଚିହ୍ନ ଲାଗିଥିବା ଅଙ୍ଗୁଳିକୁ କାଟିଦେଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, ବୁଳନ୍ଦସହରର ଶିକାରପୁର ଅଞ୍ଚଳର ଜଣେ ଦଳିତ...