Home ଦେଶ-ବିଦେଶ ମୁଖ୍ୟମନ୍ତ୍ରୀଭାବେ ଶପଥ ନେଲେ ଗେହଲଟ୍

ମୁଖ୍ୟମନ୍ତ୍ରୀଭାବେ ଶପଥ ନେଲେ ଗେହଲଟ୍

ଜୟପୁର: ରାଜସ୍ଥାନର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଅଶୋକ ଗେହଲଟ୍ ଆଜି ଶପଥଗ୍ରହଣ କରିଛନ୍ତି । ତା’ସହିତ ସଚିନ୍ ପାଇଲଟ୍ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥପାଠ କରିଛନ୍ତି । ରାଜ୍ୟପାଳ କଲ୍ୟାଣ ସିଂହ ରାଜଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ । ଏହି ଉତ୍ସବରେ ବିଜେପିର ବହୁ ତୁଙ୍ଗ ନେତା ଏବଂ ଅନ୍ୟ ରାଜନୈତିକ ଦଳଗୁଡ଼ିକର ବରିଷ୍ଠ ନେତାମାନେ ଯୋଗ ଦେଇଥିଲେ । କଂଗ୍ରେସ ଅଧ୍ୟକ୍ଷ ରାହୁଲ୍ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାୟିଡୁ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଚ୍ଡ଼ି କୁମାରସ୍ୱାମୀ ପ୍ରମୁଖ ଏହି ଉତ୍ସବରେ ଉପସ୍ଥିତ ଥିଲେ । ସେହିପରି, ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ମଧ୍ୟ ଯୋଗ ଦେଇଥିଲେ । ସଦ୍ୟ ସମାପ୍ତ ନିର୍ବାଚନରେ ରାଜସ୍ଥାନରେ ବିଜେପି ଶୋଚନୀୟ ପରାଜୟ ବରଣ କରିଛି । ଉଭୟ ଛତିଶଗଡ଼ ଓ ରାଜସ୍ଥାନରେ କଂଗ୍ରେସକୁ ବିପୁଳ ସଫଳତା ମିଳିଛି । ରାଜସ୍ଥାନର ମୁଖ୍ୟମନ୍ତ୍ରୀ ନାମ ପାଇଁ ଗତ କିଛିଦିନ ହେଲା ଛକାପଞ୍ଝା ଲାଗି ରହିଥିଲା । ଏପରିକି ପାଇଲଟଙ୍କ ସମର୍ଥକମାନେ ବିଦ୍ରୋହ ମଧ୍ୟ ଘୋଷଣା କରିଥିଲେ । ତେବେ କାଳେ ବିଜେପି ଏଥିରୁ ଫାଇଦା ଉଠାଇବ ତାହାକୁ ଆଖି ଆଗରେ ରଖି ସମସ୍ତେ ନୀରବ ରହିଥିଲେ ଏବଂ ରାହୁଲଙ୍କ ପରାମର୍ଶକୁ ଗ୍ରହଣ କରିଥିଲେ ।

ରାଜ୍ୟର ଖବର

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

୫ଜଣଙ୍କ ଜୀବନ ନେଲା ହାତୀ

ଅନଗୁଳ: ଗୁରୁବାର ମଧ୍ୟ ରାତ୍ରୀରେ ଅନୁଗୋଳ ଜିଲ୍ଲା ତାଳଚେରରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ତାଳଚେର ଅନ୍ତର୍ଗତ ଷଣ୍ଢଗାଁରେ ମଧ୍ୟରାତ୍ରରେ ପଲେ ହାତୀ ପଶି ଗୋଟିଏ ଗ୍ରାମର ୪ ଜଣ...

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦେଶ-ବିଦେଶ

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...

ବିଏସପି ସମର୍ଥକ ଭୋଟ୍ ଦେଲେ ବିଜେପିରେ, ପଶ୍ଚାତାପ କରି ନିଜ ଅଙ୍ଗୁଳି କାଟିଲେ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବୁଲନ୍ଦସହରରେ ଘଟିଛି ଏକ ଅଭାବନୀୟ ଘଟଣା। ଭୁଲରେ ଭାଜପାକୁ ଭୋଟ ଦେଇଥିବାରୁ ନିର୍ବାଚନ ଚିହ୍ନ ଲାଗିଥିବା ଅଙ୍ଗୁଳିକୁ କାଟିଦେଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, ବୁଳନ୍ଦସହରର ଶିକାରପୁର ଅଞ୍ଚଳର ଜଣେ ଦଳିତ...