Home ଦେଶ-ବିଦେଶ ଗିନିଜ ବିଶ୍ୱ ରେକର୍ଡସରେ ସ୍ଥାନ ପାଇଲା ପ୍ରୟାଗରାଜ କୁମ୍ଭ ମେଳା ୨୦୧୯

ଗିନିଜ ବିଶ୍ୱ ରେକର୍ଡସରେ ସ୍ଥାନ ପାଇଲା ପ୍ରୟାଗରାଜ କୁମ୍ଭ ମେଳା ୨୦୧୯

ନୂଆଦିଲ୍ଲୀ : ତିନୋଟି କ୍ଷେତ୍ରରେ ପ୍ରୟାଗରାଜ କୁମ୍ଭ ମେଳା ୨୦୧୯ ଗିନିଜ ବିଶ୍ୱ ରେକର୍ଡସରେ ସ୍ଥାନ ପାଇଛି । ଏଥିମଧ୍ୟରେ ରହିଛି ସର୍ବବୃହତ ଟ୍ରାଫିକ ଏବଂ ଭିଡ଼ ପରିଚାଳନା ଯୋଜନା, ମୋ ସହରକୁ ରଙ୍ଗେଇବା କାର୍ଯ୍ୟକ୍ରମ ଅଧୀନରେ ସବୁଠୁ ବଡ଼ ସର୍ବସାଧାରଣ ସ୍ଥାନରେ ରଙ୍ଗେଇବା କାର୍ଯ୍ୟକ୍ରମ ଏବଂ ସବୁଠୁ ବଡ଼ ପରିମଳ ଏବଂ ବର୍ଜ୍ୟ ପରିଚାଳନା ବ୍ୟବସ୍ଥା । ଏହି ଉଦ୍ଦେଶ୍ୟରେ ଗିନିଜ ବିଶ୍ୱ ରେକର୍ଡସ୍ର ଏକ ୩ ଜଣିଆ ଦଳ ପ୍ରୟାଗରାଜ ପରିଦର୍ଶନରେ ଆସିଥିଲେ । ଫେବୃଆରୀ ୨୮ରୁ ମାର୍ଚ୍ଚ ୩ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ କାର୍ଯ୍ୟକ୍ରମ ବ୍ୟାପକ ଭାବେ ଦଳର ସଦସ୍ୟମାନଙ୍କ ସମ୍ମୁଖରେ କରାଯାଇଥିଲା । ଦଳ ପାଇଁ ଫେବୃଆରୀ ୨୮ରେ ଥରକେ ପାଖାପାଖି ୫୦୩ଟି ସଟଲ ବସ୍ ରାଜପଥରେ ଯାତ୍ରୀ ସେବା ଆରମ୍ଭ କରିଥିଲା । ରଙ୍ଗ କରିବା କାମରେ ବହୁସଂଖ୍ୟକ ଲୋକ ମାର୍ଚ୍ଚ ୧ ତାରିଖରେ ସାମିଲ ହୋଇଥିଲେ । ପ୍ରୟାଗରାଜ କୁମ୍ଭ ପରିସରକୁ ସଫେଇ କରିବାରେ ୧୦ ହଜାର କର୍ମଚାରୀ ନିୟୋଜିତ ରହି ସେମାନଙ୍କ କର୍ତବ୍ୟ ସମ୍ପାଦନ କରିଥିଲେ ।
ମହାଶିବରାତ୍ରୀରେ କେବଳ ଗୋଟିଏ ମାତ୍ର ସ୍ନାନ ପର୍ବ ବାକି ରହିଛି । କୁମ୍ଭର ୫ଟି ସ୍ନାନ ଉତ୍ସବ ସଫଳତା ପୂର୍ବକ ସମ୍ପାଦିତ ହୋଇଛି । ୨୨ କୋଟିରୁ ଅଧିକ ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇଛନ୍ତି ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...