Home ଦେଶ-ବିଦେଶ ଦୁର୍ଦ୍ଦାନ୍ତ ଆତଙ୍କବାଦୀ ମାସୁଦର ମୃତ୍ୟୁ !

ଦୁର୍ଦ୍ଦାନ୍ତ ଆତଙ୍କବାଦୀ ମାସୁଦର ମୃତ୍ୟୁ !

ନୂଆଦିଲ୍ଲୀ : ଆତଙ୍କୀ ସଂଗଠନ ଜୈଶ ଇ ମହମ୍ମଦର ମୁଖ୍ୟ ମସୁଦ ଅଜହରର ମୃତ୍ୟୁ ଘଟିଥିବା କୁହାଯାଉଛି। ସୂତ୍ରରୁ ମିଳିଥିବା ସୂଚନା ମୁତାବକ ମସୁଦର ମୃତ୍ୟୁ ମାର୍ଚ୍ଚ ୨ରେ ହିଁ ମୃତ୍ୟୁ ହୋଇ ସାରିଛି। ମାତ୍ର ଏହାର ଆନୁଷ୍ଠାନିକ ସୂଚନା ଦିଆଯାଇ ନାହିଁ।  କୁହାଯାଉଛି ଯେ ପାକିସ୍ତାନୀ ସେନାର ଅନୁମତି ପରେ ମସୁଦର ମୃତ୍ୟୁର ଆନୁଷ୍ଠାନିକ ଘୋଷଣା କରାଯିବ। କୁହାଯାଉଛି ଯେ ମସୁଦ ଯକୃତ କର୍କଟ ରୋଗରେ ପୀଡ଼ିତ ଥିଲା। ମସୁଦର ମୃତ୍ୟୁ ଘଟିଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି। ନିକଟରେ ସିଏନଏନକୁ ଦେଇଥିବା ସାକ୍ଷାତକାରରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ମେହମ୍ମୁଦ କୁରେଶୀ କହିଥିଲେ ଯେ, ମୋ ପାଖରେ ଥିବା ସୂଚନା ମୁତାବକ ମସୁଦର ସ୍ଵାସ୍ଥ୍ୟବସ୍ଥା ବହୁତ ଗୁରୁତର ରହିଛି। ତାର ଅବସ୍ଥା ଏମିତି ସଂକଟାପନ୍ନ ରହିଛି ଯେ ସେ ଘରୁ ମଧ୍ୟ ବାହାରି ପାରୁନାହିଁ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...