Home ଦେଶ-ବିଦେଶ ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ବିଜେପି ସରକାର ଓ ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି । ମୋତେ ଗାଳି କରନ୍ତୁ କିଛି ଅସୁବିଧା ନାହିଁ; କିନ୍ତୁ ଗରିବ ଓ ପଛୁଆ ବର୍ଗଙ୍କୁ ଗାଳି କରିବାର ଅଧିକାର ସେମାନଙ୍କର ନାହିଁ । କିନ୍ତୁ ତାହା ସେମାନେ କରୁଛନ୍ତି । ପଛୁଆ ବର୍ଗଙ୍କୁ କଂଗ୍ରେସ ଚୋର ବୋଲି କହିଲାଣି । ଏହା ଅତ୍ୟନ୍ତ ଦୁଃଖ ଓ ଦୁର୍ଭାଗ୍ୟର ବିଷୟ । ଏପରି କରି କଂଗ୍ରେସ ଗରିବମାନଙ୍କୁ ଉପହାସ ଓ ଅପମାନିତ କରୁଛି । ଦେଶକୁ ସବୁଠୁ ଅଧିକ ବର୍ଷ ଧରି ଶାସନ କରିଥିବା ଦଳ ହେଉଛି କଂଗ୍ରେସ; କିନ୍ତୁ ଏତେବର୍ଷ ଶାସନ କ୍ଷମତାରେ ରହି ମଧ୍ୟ ଦେଶକୁ ବିକାଶ ଦିଗରେ କଂଗ୍ରେସ ସରକାର ଆଗେଇ ପାରିଲା ନାହିଁ । ବିକାଶ ଅପେକ୍ଷା ଦୁର୍ନୀତି ବେଶୀ ବଢ଼ିଥିଲା । କେନ୍ଦ୍ରରେ ଏନ୍ଡ଼ିଏ ସରକାର ଆସିବା ପରେ ଦୁର୍ନୀତି ବିରୋଧରେ କଠୋର ପଦକ୍ଷେପ ନିଆଯାଇଛି । ବିକାଶକୁ ଗୁରୁତ୍ୱ ଦିଆଯାଇଛି । ଅନେକ କ୍ଷେତ୍ରରେ କଲ୍ୟାଣମୂଳକ ଯୋଜନା ପ୍ରଚଳନ କରାଯାଇଛି । ଯାହାଫଳରେ କୋଟି କୋଟି ଗରିବ ଲୋକେ ଉପକୃତ ହୋଇଛନ୍ତି । ଚାଷୀଠୁ ଆରମ୍ଭ କରି କ୍ଷୁଦ୍ର ବ୍ୟବସାୟୀ ସମସ୍ତେ ଯୋଜନାର ଲାଭ ପାଇଛନ୍ତି । ଦେଶକୁ ବିକାଶର ଉଚ୍ଚସ୍ତରରେ ପହଞ୍ଚାଇବାକୁ ହେଲେ ଏକ ମଜବୁତ୍ ସରକାର ଆବଶ୍ୟକ । ଲୋକେ ପୁନର୍ବାର ବିଜେପିକୁ କ୍ଷମତାସୀନ କରାଇ ଦେଶର ବିକାଶକୁ ଆଗେଇ ନେବାରେ ସହଯୋଗ କରିବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...