Home ଦେଶ-ବିଦେଶ ସୁଶିଲ ଚନ୍ଦ୍ରା ଦ୍ୱିତୀୟ ନିର୍ବାଚନ କମିଶନର ନିଯୁକ୍ତ

ସୁଶିଲ ଚନ୍ଦ୍ରା ଦ୍ୱିତୀୟ ନିର୍ବାଚନ କମିଶନର ନିଯୁକ୍ତ

ନୂଆଦିଲ୍ଲୀ: ୨୦୧୯ ସାଧାରଣ ନିର୍ବାଚନକୁ ଅଳ୍ପ କିଛି ସପ୍ତାହ ବାକି ଥିବାବେଳେ ୧୯୮୦ ବ୍ୟାଚ୍‌ ଭାରତୀୟ ଆୟକର ସେବା ଅଧିକାରୀ ସୁଶିଲ ଚନ୍ଦ୍ରା ନିର୍ବାଚନ କମିଶନର ଭାବରେ ନିଯୁକ୍ତି ପାଇଛନ୍ତି। ଆଇଆଇଟିର ଏହି ପ୍ରାକ୍ତନ ଛାତ୍ର ଚନ୍ଦ୍ରା ଏହା ପୂର୍ବରୁ ସିବିଡିଟି ମୁଖ୍ୟ ଭାବେ ଦାୟିତ୍ୱ ତୁଲାଉଥିଲେ। ଚନ୍ଦ୍ରା ୨୦୧୬ ନଭେମ୍ବର ୧ରେ ସିବିଡିଟି ମୁଖ୍ୟ ଭାବେ ନିଯୁକ୍ତି ପାଇଥିଲେ। ଚଳିତ ବର୍ଷ ମେ’ ୩୧ରେ ତାଙ୍କୁ ପୁଣିଥରେ ଏହି ଦାୟିତ୍ୱ ନ୍ୟସ୍ତ କରାଯାଇଥିଲା। ସେ ନିର୍ବାଚନ ପ୍ୟାନେଲ୍‌ରେ ଦ୍ୱିତୀୟ ନିର୍ବାଚନ କମିଶନରର ଭୂମିକା ନେବେ। ବର୍ତ୍ତମାନ ସୁନୀଲ ଅରୋରା ମୁଖ୍ୟ ନିର୍ବାଚନ କମିଶନର ଏବଂ ଅଶୋକ ଲାଭାସା ନିର୍ବାଚନ କମିଶନର ଦାୟିତ୍ୱରେ ଅଛନ୍ତି। ଏହି ନବଗଠିତ ପ୍ୟାନେଲ ଲୋକସଭା ନିର୍ବାଚନ ଏବଂ ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନର ପରିଚାଳନା ଦାୟିତ୍ୱ ନେବ। ଆସନ୍ତା କିଛି ସପ୍ତାହରେ ହିଁ ନିର୍ବାଚନର ତାରିଖ ସବୁ ଘୋଷଣା ହେବ।

ରାଜ୍ୟର ଖବର

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

୨୩ରେ ପୁଣି ଓଡିଶା ଆସିବେ ମୋଦି

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ସେ କେନ୍ଦ୍ରାପଡା ଓ ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ...

ବିଜୟ ମହାପାତ୍ରଙ୍କୁ ଭେଟିଲେ ଦିଲ୍ଲୀପ ରାୟ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ପାଟକୁରାରେ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ ଭେଟିଛନ୍ତି। ବିଜୟ ମହାପାତ୍ରଙ୍କୁ ଭେଟିବା ପରେ ଦିଲ୍ଲୀପ ରାୟ...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...