Home ଦେଶ-ବିଦେଶ ସାଧୁଙ୍କ ପାଇଁ ପେନସନ୍ ଘୋଷଣା କଲେ ୟୁପି ସରକାର

ସାଧୁଙ୍କ ପାଇଁ ପେନସନ୍ ଘୋଷଣା କଲେ ୟୁପି ସରକାର

ଲକ୍ଷେ୍ନା÷÷: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ବିଜେପି ଶାସିତ ସରକାରମାନେ ଲୋଭନୀୟ ପ୍ରତ୍ସାହନ ଓ ଯୋଜନା ଘୋଷଣା ଆରମ୍ଭ କରିଦେଇଛନ୍ତି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ବିଜେପିର ସଫଳତାକୁ ଦୋହରାଇବା ଲାଗି ସବୁ ପ୍ରକାର ଉଦ୍ୟମ କରୁଛନ୍ତି । ବର୍ତ୍ତମାନ ସେ ସାଧୁସନ୍ଥଙ୍କ ସଂପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ହିନ୍ଦୁ ସାଧୁମାନଙ୍କ ପାଇଁ ସେ ପେନ୍ସନ ଯୋଗାଇ ଦିଆଯିବା ନେଇ ଘୋଷଣା କରିଛନ୍ତି । ରାଜ୍ୟରେ ଥିବା ସମସ୍ତ ହିନ୍ଦୁସାଧୁ(୬୦ବର୍ଷରୁ ଉଦ୍ଧ୍ୱର୍)ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ପେନସନ ଯୋଜନା ଘୋଷଣା କରିଛନ୍ତି । ଯୋଜନା ଅନୁସାରେ ସାଧୁସନ୍ଥମାନଙ୍କୁ ପେନସନ ଯୋଗାଇ ଦିଆଯିବ । ଏହି ଘୋଷଣା ପରେ ରାଜ୍ୟରେ ବିଭିନ୍ନ ମହଲରେ ମିଶ୍ରିତ ପ୍ରତିକ୍ରିୟା ପ୍ରକାଶ ପାଇଛି । ରାଜ୍ୟରେ ଥିବା ୬୦କିମ୍ବା ତା’ଠାରୁ ଅଧିକ ବୟସର ସମସ୍ତ ହିନ୍ଦୁସାଧୁଙ୍କୁ ଚିହ୍ନଟ କରି ସେମାନଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ଏହାଦ୍ୱାରା ସାଧୁମାନେ ସେମାନଙ୍କର ଇଚ୍ଛା ପୂରଣ କରିବା କ୍ଷେତ୍ରରେ ପୂର୍ବଭଳି ଆଉ ସମସ୍ୟାର ସମ୍ମୁଖୀନ ହେବେନାହିଁ ।

ରାଜ୍ୟର ଖବର

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

୫ଜଣଙ୍କ ଜୀବନ ନେଲା ହାତୀ

ଅନଗୁଳ: ଗୁରୁବାର ମଧ୍ୟ ରାତ୍ରୀରେ ଅନୁଗୋଳ ଜିଲ୍ଲା ତାଳଚେରରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ତାଳଚେର ଅନ୍ତର୍ଗତ ଷଣ୍ଢଗାଁରେ ମଧ୍ୟରାତ୍ରରେ ପଲେ ହାତୀ ପଶି ଗୋଟିଏ ଗ୍ରାମର ୪ ଜଣ...

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦେଶ-ବିଦେଶ

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...

ବିଏସପି ସମର୍ଥକ ଭୋଟ୍ ଦେଲେ ବିଜେପିରେ, ପଶ୍ଚାତାପ କରି ନିଜ ଅଙ୍ଗୁଳି କାଟିଲେ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବୁଲନ୍ଦସହରରେ ଘଟିଛି ଏକ ଅଭାବନୀୟ ଘଟଣା। ଭୁଲରେ ଭାଜପାକୁ ଭୋଟ ଦେଇଥିବାରୁ ନିର୍ବାଚନ ଚିହ୍ନ ଲାଗିଥିବା ଅଙ୍ଗୁଳିକୁ କାଟିଦେଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, ବୁଳନ୍ଦସହରର ଶିକାରପୁର ଅଞ୍ଚଳର ଜଣେ ଦଳିତ...