Home ଖେଳ ତଳେ ଶୋଇବାକୁ ବାଧ୍ୟ ହେଲେ ଧୋନୀ ଓ ସାକ୍ଷୀ

ତଳେ ଶୋଇବାକୁ ବାଧ୍ୟ ହେଲେ ଧୋନୀ ଓ ସାକ୍ଷୀ

ଚେନ୍ନାଇ : ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନ ତଥା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)  ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାର ନିଜର ଇଷ୍ଟାଗ୍ରାମ ଆକାଉଣ୍ଟରେ ମଜାଦାର କ୍ୟାପଶନ ସହ ଏକ ଫଟୋ ଶେୟାର କରିଛନ୍ତି। ଉକ୍ତ ଫଟୋରେ ପୂର୍ବତନ ଭାରତୀୟ ଅଧିନାୟକ ଓ ତାଙ୍କ ପତ୍ନୀ ସାକ୍ଷୀ ଚେନ୍ନାଇ ବିମାନ ବନ୍ଦର ଚଟାଣରେ ଶୋଇଥିବାର ଦେଖିବାକୁ ମିଳିଛି। ଏହାର କ୍ୟାପଶନରେ ଲେଖିଛନ୍ତି, ଆଇପିଏଲ ମ୍ୟାଚ୍‌ ଟାଇମ ସହ ଅଭ୍ୟସ୍ତ ହେବା ପରେ ଯଦି ସକାଳୁ ଫ୍ଲାଇଟ୍‌ ଧରିବାକୁ ଥାଏ ଏହା ହିଁ ହୁଏ। ଉଲ୍ଲେଖଥାଉ କି, ଗତ ବର୍ଷ ଅପେକ୍ଷା ଚଳିତ ଥର ଆଇପିଏଲର ପ୍ରତ୍ୟେକ ମ୍ୟାଚ୍‌ ରାତି ୧୨ଟା ପରେ ଶେଷ ହେଉଛି। ଏଥିଯୋଗୁ ଲିଗ୍‌କୁ ପ୍ରବଳ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଅତ୍ୟଧିକ ବିଳମ୍ଭ ହେଉଥିବାରୁ କିଛି କ୍ରିକେଟର ମଧ୍ୟ ସ୍ବର ଉଠାଇଛନ୍ତି। ଧିମା ବୋଲିଂ ହାର ଟୁର୍ନାମେଣ୍ଟକୁ ବହୁ ପରିିମାଣରେ କ୍ଷତି ପହଞ୍ଚାଇଛି। ଏ ପର୍ଯ୍ୟନ୍ତ ରାଜସ୍ଥାନ ରୟାଲ୍ସ ଅଧିନାୟକ ଅଜିଙ୍କ୍ୟ ରାହାନେ ଓ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମାଙ୍କୁ ଦଣ୍ଡିତ କରାଯାଇ ସାରିଛି। ଆଇପିଏଲ କାର୍ଯ୍ୟସୂଚୀ ଅନୁଯାୟୀ ପ୍ରାୟ ପ୍ରତ୍ୟେକ ଦଳକୁ ୩ ଦିନ ମଧ୍ୟରେ ଦୁଇଟି ମ୍ୟାଚ୍‌ ଖେଳାଯାଇଛି। ଏଥିରୁ ଟ୍ରାଭେଲିଂରେ ଅଧିକ ସମୟ ଯାଉଛି। ଏଣୁ ଖେଳାଳିଙ୍କୁ ପ୍ରର୍ଯ୍ୟାପ୍ତ ପରିମାଣର ସମୟ ମିଳୁନାହିଁ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...