Home ଖେଳ ରାଜନୀତିରେ ଇନିଂସ ଆରମ୍ଭ କରିବେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍

ରାଜନୀତିରେ ଇନିଂସ ଆରମ୍ଭ କରିବେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍

ଚଣ୍ଡୀଗଡ଼ : ଭାରତୀୟ କ୍ରିକେଟର ଦୁର୍ଦ୍ଧଷ ଓପନିଂ ବ୍ୟାଟ୍ସମ୍ୟାନ୍ ବୀରେନ୍ଦ୍ର ସେହ୍ୱାଗ ନିର୍ବାଚନ ମଇଦାନରେ ପଦାର୍ପଣ କରିବାକୁ ଯାଉଛନ୍ତି । ୨୦୧୯ ଲୋକସଭା ନିର୍ବାଚନରେ ସେ ହରିୟାଣାର ରୋହତକ ଆସନରୁ ପ୍ରତିଦ୍ୱନ୍ଦୀତା କରିବେ । ସେହ୍ୱାଗ ବିଜେପି ଟିକେଟରେ ନିର୍ବାଚନ ଲଢ଼ିବେ ବୋଲି ସୂଚନା ମିଳିଛି । ବିଜେପିର ଜଣେ ବରିଷ୍ଠ ନେତା କହିଛନ୍ତି ଯେ, ରୋହତକ ଆସନରୁ ସେହ୍ୱାଗଙ୍କୁ ଛିଡ଼ା କରାଇବା ଲାଗି ଏକ ପ୍ରକାର ନିଷ୍ପତ୍ତି ହୋଇସାରିଛି । ସେହି ଆସନରେ ସେ କଂଗ୍ରେସର ଦୀପେନ୍ଦ୍ର ସିଂ ହୁଦାଙ୍କୁ ଟକ୍କର ଦେବେ । କଂଗ୍ରେସକୁ ପ୍ରତିହତ କରିବା ଲାଗି ବିଜେପି ଏହି ଆସନରେ ସେହ୍ୱାଗଙ୍କୁ ଏକ ଅସ୍ତ୍ର ଭାବେ ବ୍ୟବହାର କରିବାକୁ ଚାହୁଁଛନ୍ତି । ସେହ୍ୱାଗ ମଧ୍ୟ ନିର୍ବାଚନ ଲଢ଼ିବା ପାଇଁ ଆଗ୍ରହୀ ଅଛନ୍ତି । ତେଣୁ ଆଗାମୀ ନିର୍ବାଚନରେ ରୋହତକ ଆସନରେ ପ୍ରତିଦ୍ୱନ୍ଦିତା ବେଶ୍ ରୋମାଞ୍ଚକର ହେବ ବୋଲି ଅନୁମାନ କରାଯାଉଛି । ଏହାଛଡ଼ା ବିଜେପି ହଂସରାଜ ହଂସଙ୍କୁ ମଧ୍ୟ ପ୍ରାର୍ଥୀ କରିବା ଲାଗି ଯୋଜନା କରିଛି । ହଂସରାଜ ଏବେ ଲୋକପ୍ରିୟ ସୁଫି ଗାୟକ । ଏହି ନିର୍ବାଚନ ମଣ୍ଡଳୀରେ ତାଙ୍କର ବେଶ୍ ଲୋକପ୍ରିୟତା ରହିଛି । ତାଙ୍କୁ ଶିଶା ଆସନରୁ ପ୍ରାର୍ଥୀ କରାଯାଇପାରେ । ଯଦି ବିଜେପି ଏହି ଦୁଇଜଣଙ୍କୁ ପ୍ରାର୍ଥୀ କରେ, ତା’ହେଲେ କଂଗ୍ରେସ ଏକ ବଡ଼ ବିପଯ୍ୟୟର ସମ୍ମୁଖୀନ ହେବ ବୋଲି ରାଜନୈତିକ ପର୍ଯ୍ୟବେକ୍ଷକମାନେ କହିଛନ୍ତି ।

ରାଜ୍ୟର ଖବର

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

୫ଜଣଙ୍କ ଜୀବନ ନେଲା ହାତୀ

ଅନଗୁଳ: ଗୁରୁବାର ମଧ୍ୟ ରାତ୍ରୀରେ ଅନୁଗୋଳ ଜିଲ୍ଲା ତାଳଚେରରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ତାଳଚେର ଅନ୍ତର୍ଗତ ଷଣ୍ଢଗାଁରେ ମଧ୍ୟରାତ୍ରରେ ପଲେ ହାତୀ ପଶି ଗୋଟିଏ ଗ୍ରାମର ୪ ଜଣ...

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦେଶ-ବିଦେଶ

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...

ବିଏସପି ସମର୍ଥକ ଭୋଟ୍ ଦେଲେ ବିଜେପିରେ, ପଶ୍ଚାତାପ କରି ନିଜ ଅଙ୍ଗୁଳି କାଟିଲେ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବୁଲନ୍ଦସହରରେ ଘଟିଛି ଏକ ଅଭାବନୀୟ ଘଟଣା। ଭୁଲରେ ଭାଜପାକୁ ଭୋଟ ଦେଇଥିବାରୁ ନିର୍ବାଚନ ଚିହ୍ନ ଲାଗିଥିବା ଅଙ୍ଗୁଳିକୁ କାଟିଦେଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, ବୁଳନ୍ଦସହରର ଶିକାରପୁର ଅଞ୍ଚଳର ଜଣେ ଦଳିତ...