Home ଖେଳ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍ ପାଇଁ ଶୁକ୍ରବାର ଦଳ ଘୋଷଣା : ରାହାଣେଙ୍କୁ ମିଳିପାରେ ସୁଯୋଗ

ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍ ପାଇଁ ଶୁକ୍ରବାର ଦଳ ଘୋଷଣା : ରାହାଣେଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ : ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ସୀମତ ଓଭର ସିରିଜ ପାଇଁ ଶୁକ୍ରବାର ଭାରତୀୟ ଦଳ ଘୋଷଣା ହେବ। ଘରୋଇ ପରିବେଶରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଦୁଇଟି ୨୦ ଓ ଏକ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ବ୍ୟସ୍ତବହୁଳ କାର୍ଯ୍ୟସୂଚୀକୁ ଦୃଷ୍ଟିରେ ରଖି ଚୟନକର୍ତ୍ତା ଦଳ ଚୟନ କରିବେ ବୋଲି ଆଶା କରାଯାଉଛି। ଏହି ସିରିଜ ପରେ ଇଂଲଣ୍ଡରେ ମେ ୩୦ ତାରିଖରୁ ଦିନିକିଆ ବିଶ୍ୱକପ୍‌ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଅବଶ୍ୟ ଏହି ସିରିଜ ପରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଭାରତ କେତେକ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦେବ। ତେବେ ଅଷ୍ଟ୍ରେଲିଆକୁ ଯେପରି କୌଣସି ସୁବିଧାଜନକ ସ୍ଥିତି ନ ମିଳେ ସେ ନେଇ ଚୟନକର୍ତ୍ତାମାନେ ପ୍ରଯତ୍ନ କରିବେ ବୋଲି ଆଶା କରାଯାଉଛି। ଗତ ନ୍ୟୁଜିଲାଣ୍ଡ ଗସ୍ତ ଶେଷ ଆଡକୁ ଅଧିନାୟକ ବିରାଟ କୋହଲିଙ୍କୁ ଯେପରି ବିଶ୍ରାମ ଦିଆଯାଇଥିଲା, ସେହିପରି ଓପନର ରୋହିତ ଶର୍ମାଙ୍କୁ କେତୋଟି ମ୍ୟାଚ୍‌ରେ ବିଶ୍ରାମ ଦିଆଯିବ ବୋଲି ଆଶାକରାଯାଉଛି। ତେବେ ବିଶ୍ୱକପ୍‌ ପୂର୍ବରୁ ଏହି ସରିଜ୍‌ ଅନ୍ତିମ ସିରିଜ ହୋଇଥିବାରୁ ଭାରତ ଅଷ୍ଟ୍ରେଲିଆକୁ ଆଦୌ ହାଲକା ଭାବେ ନେବ ନାହିଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ କୁହାଯାଇଛି। ଯଶପ୍ରୀତ ବୁମ୍‌ରା ଏହି ସିରିଜରେ ଦଳକୁ ପ୍ରତ୍ୟାବର୍ତ୍ତନ କରିବା ନିଶ୍ଚିତ ମନେ ହେଉଛି। ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାନେଙ୍କୁ ସୁଯୋଗ ଦିଆଯିବ ଓ ଯୁବ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ମଧ୍ୟ ଦଳରେ ସାମିଲ ହେବା ନିଶ୍ଚିତ ମନେ ହେଉଛି। ଆଇପିଏଲ ଖେଳିବା ବେଳେ ମଧ୍ୟ କ୍ରିକେଟରଙ୍କ ପଦର୍ଶନକୁ ଲକ୍ଷ୍ୟ କରାଯିବ ବୋଲି କୋଚ୍‌ ରବି ଶାସ୍ତ୍ରୀ କହିଛନ୍ତି। ଏ ସଂକ୍ରାନ୍ତରେ ଆମେ ବିସିସିଆଇ ସମେତ ପ୍ରଶାସକ କମିଟି (ସିଓଏ) ସହିତ ଯୋଗାଯୋଗ ରକ୍ଷା କରିଛୁ । ବିଶ୍ୱକପ୍‌ ପାଇଁ ଶ୍ରେଷ୍ଠ ଦଳ ଚୟନ ହେଉଛି ଆମର ମୁଖ୍ୟ ଲକ୍ଷ୍ୟ ବୋଲି ସେ ସ୍ପଷ୍ଟ କରିଛନ୍ତି।

ରାଜ୍ୟର ଖବର

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

୫ଜଣଙ୍କ ଜୀବନ ନେଲା ହାତୀ

ଅନଗୁଳ: ଗୁରୁବାର ମଧ୍ୟ ରାତ୍ରୀରେ ଅନୁଗୋଳ ଜିଲ୍ଲା ତାଳଚେରରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ତାଳଚେର ଅନ୍ତର୍ଗତ ଷଣ୍ଢଗାଁରେ ମଧ୍ୟରାତ୍ରରେ ପଲେ ହାତୀ ପଶି ଗୋଟିଏ ଗ୍ରାମର ୪ ଜଣ...

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦେଶ-ବିଦେଶ

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...

ବିଏସପି ସମର୍ଥକ ଭୋଟ୍ ଦେଲେ ବିଜେପିରେ, ପଶ୍ଚାତାପ କରି ନିଜ ଅଙ୍ଗୁଳି କାଟିଲେ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବୁଲନ୍ଦସହରରେ ଘଟିଛି ଏକ ଅଭାବନୀୟ ଘଟଣା। ଭୁଲରେ ଭାଜପାକୁ ଭୋଟ ଦେଇଥିବାରୁ ନିର୍ବାଚନ ଚିହ୍ନ ଲାଗିଥିବା ଅଙ୍ଗୁଳିକୁ କାଟିଦେଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, ବୁଳନ୍ଦସହରର ଶିକାରପୁର ଅଞ୍ଚଳର ଜଣେ ଦଳିତ...