Home ଖେଳ କୁଲ୍ ହରାଇଲେ କ୍ୟାପଟେନ୍ କୁଲ୍

କୁଲ୍ ହରାଇଲେ କ୍ୟାପଟେନ୍ କୁଲ୍

ଜୟପୁର: ଚଳିତ ଆଇପିଏଲରେ ପୁଣି ଥରେ ଅମ୍ପାୟରଙ୍କ ତ୍ରୁଟି ଦେଖିବାକୁ ମିଳିଛି। ଏଠାରେ ଖେଳାଯାଇଥିବା ରାଜସ୍ଥାନ ରୟାଲ୍ସ ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସେକ) ମଧ୍ୟରେ  ମ୍ୟାଚ୍‌ରେ ସମାନ ଅମ୍ପାୟରଙ୍କ ତ୍ରୁଟି ପରିଲକ୍ଷିତ ହୋଇଛି। ଏଥିଯୋଗୁ କ୍ୟାପଟେନ କୁଲ ଭାବେ ପରିଚିତ ମହେନ୍ଦ୍ର ସିଂ ଧୋନୀ ପଡ଼ିଆ ମଧ୍ୟକୁ ପ୍ରବେଶ କରି ଅମ୍ପାୟରଙ୍କ ସହ ଯୁକ୍ତି କରିଥିଲେ। ସିଏସେକ ଇନିଂସର ୨୦ତମ ଓଭରର ୪ର୍ଥ ବଲ୍‌କୁ ଅମ୍ପାୟର ପ୍ରଥମେ ନୋ ଡାକିଥିଲେ। କିନ୍ତୁ ପରେ ନିଷ୍ପତ୍ତି ପ୍ରତ୍ୟାହାର କରିନେବା ଘଟଣାକୁ ନେଇ କିଛି ସମୟ ଉତ୍ତେଜନା ପରିସ୍ଥିତି ଉପୁଜିଥିଲା। ଧୋନୀ ପଡ଼ିଆ ମଧ୍ୟରେ ପ୍ରବେଶ କରି ଅମ୍ପାୟରଙ୍କ ସହିତ କିଛି ସମୟ ଯୁକ୍ତି କରିଥିଲେ। ହେଲେ ଅମ୍ପାୟର ଏହାକୁ ପୁନଃ ନୋ ବଲ ଦେଇ ନ ଥିଲେ। ଶେଷରେ ମିଚେଲ ସାଣ୍ଟନର ବୋଲର ବେନ ଷ୍ଟୋକ୍ସଙ୍କ ଅନ୍ତିମ ବଲକୁ ଛକା ଲଗାଇ ସିଏସେକକୁ ବିଜୟୀ କରାଇଥିଲେ। ଏହା ଥିଲା ଚେନ୍ନାଇ ଦଳର ଚଳିତ ଲିଗ୍‌ରେ ୬ଷ୍ଠ ବିଜୟ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...