Home ଖେଳ କିଆକଟା ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ

କିଆକଟା ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ

ଆଠମଲ୍ଲିକ : ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ହାଇସ୍କୁଲରେ ୨ଦିନିଆ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇ ଯାଇଛି । ଆଜି ଉଦ୍ଯାପନୀ ଉତ୍ସବରେ ଏକ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଅମିତ ମୁଦୁଲି ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ବିଧୁରଂଜନ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । କ୍ରୀଡାରେ ଦଶମ ଶ୍ରେଣୀର ଛାତ୍ର ବିଭାଗରେ ଯୁବରାଜ ଚାଉଳିଆ ଚମ୍ପିଆନ ହୋଇଥିବା ବେଳେ ଛାତ୍ରୀ ବିଭାଗରେ ମାନଲିସା ଦେବ୍ ଚମ୍ପିଆନ ହୋଇଥିଲେ । ସେହିପରି ନବମ ଶ୍ରେଣୀ ଛାତ୍ର ବିଭାଗରେ ଆର୍ଯ୍ୟମାନ ବେରିହା ଚମ୍ପିଆନ ହୋଇଥିବା ବେଳେ ଛାତ୍ରୀ ବିଭାଗରେ ସୀମାଞ୍ଜଳୀ ଜାଲ୍ ଏହି କୃତିତ୍ୱ ହାସଲ କରିଥିଲେ । ଶେଷରେ ଶିକ୍ଷକ କମ୍ଭୁପ୍ରସାଦ ଲୁହା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କ୍ରୀଡା ଉତ୍ସବରେ ସମସ୍ତ ଛାତ୍ରଛାତ୍ରୀ ମାନେ ୧୦୦ମିଟର ଦଉଡ, ଲମ୍ବଡିଆଁ, ଉଚ୍ଚଡିଆଁ, ସର୍ଟଫୁଟ, ଜ୍ୟାଭେଲିନ ଥ୍ରୋ ଖେଳରେ ଭାଗ ନେଇଥିଲେ । ଏହି ସମସ୍ତ କ୍ରୀଡାକୁ ସ୍କୁଲର ଖେଳଶିକ୍ଷକ ବିନୋଦ ବିହାରୀ ପ୍ରଧାନ ପରିଚାଳନା କରିଥିବା ବେଳେ ସରକାରୀ ଶିକ୍ଷକ ନେତାଜୀ ବେହେରା, ଜଗବନ୍ଧୁ ସାହୁ, କନିନୀକା ରାଉତ, ପ୍ରଜ୍ଞାସିନୀ ପ୍ରଧାନ, ନେତ୍ରାନନ୍ଦ ମହାକୁଡ, ଅଚ୍ୟୁତା ନନ୍ଦ ସାହୁ, ନେତ୍ରାନନ୍ଦ ବଡମାଳୀ ଓ ରମେଶଚନ୍ଦ୍ର ଛତ୍ରିଆ ପ୍ରମୁଖ ସହଯୋଗ କରିଥିଲେ ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...