Home ଖେଳ ସାଧାରଣତନ୍ତ୍ର ଦିବସରେ ଟିମ୍ ଇଣ୍ଡିଆର ଜବରଦସ୍ତ ବିଜୟ

ସାଧାରଣତନ୍ତ୍ର ଦିବସରେ ଟିମ୍ ଇଣ୍ଡିଆର ଜବରଦସ୍ତ ବିଜୟ

(ମେଟ୍ରୋ ଟିଭି ବ୍ୟୁରୋ) ଅକଲାଣ୍ଡ : ସାଧାରଣ ତନ୍ତ୍ର ଦିବସରେ ଟିମ୍ ଇଣ୍ଡିଆର ଜବରଦସ୍ତ ବିଜୟ  । ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡକୁ ଇଡେନ ପାର୍କରେ ବଡ ଝଟକା ଦେଇଛି। ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତ ନ୍ୟୁଜିଲ୍ୟାଣ୍ଡକୁ ୭ ଓ୍ୱିକେଟରେ ପରାସ୍ତ କରିଛି। ଦେଶ ୭୧ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଏହି ବିଜୟ ଦେଶବାସୀଙ୍କ ପାଇଁ  ବଡ ଉପହାର । ଭାରତ ନ୍ୟୁଜିଲ୍ୟାଣ୍ଡ ସହିତ ମୋଟ୍ ୫ଟି ଟି-୨୦ ମ୍ୟାଚ ଖେଳିବ। ଆଜିର ମ୍ୟାଚ ଜିତିବା ପରେ ଭାରତ ଦୁଇଟି ମ୍ୟାଚ ବିଜୟୀ ହୋଇଛି। ସିରିଜର ତୃତୀୟ ମ୍ୟାଚ ବୁଧବାର ୨୯ ଜାନୁଆରୀରେ ହେବ।

ଅକଲ୍ୟାଣ୍ଡର ଇଡେନ ପାର୍କରେ ଚାଲିଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଟସ ଜିତି ନ୍ୟୁଜିଲ୍ୟାଣ୍ଡ୍ ପ୍ରଥମେ ବ୍ୟାଟିଂ କରିଥିଲା। ନିର୍ଦ୍ଧାରିତ ଓଭରର ମ୍ୟାଚ ଖେଳି ନ୍ୟୁଜିଲ୍ୟାଣ୍ଡ ୫ ଓ୍ୱିକେଟ ହରାଇ ୧୩୨ ରନ କରିଥିଲା।
ଏହି ଟାର୍ଗେଟକୁ ପିଛା କରି ଭାରତ ୧୭.୩ ଓଭରରେ ୩ଟି ଓ୍ୱିକେଟ ହରାଇ ବିଜୟୀ ହୋଇଛି। ଭାରତ ପକ୍ଷରୁ ଓପନିଂ ଯୋଡ଼ି ରୋହିତ ଶର୍ମା ଏବଂ କେଏଲ୍ ରାହୁଲ ଆରମ୍ଭ କରିଥିଲେ। ହେଲେ ରୋହିତ ଶର୍ମା ପ୍ରଥମ ଓଭରରେ ମାତ୍ର ୮ ରନ କରି ଟିମ୍ ସାଉଦିଙ୍କ ବୋଲର ଶିକାର ହୋଇ ରସ ଟେଲରଙ୍କ ଦ୍ୱାରା କ୍ୟାଚ ଆଉଟର ଶିକାର ହୋଇଥିଲେ।

 

 

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...