Home ଖେଳ ଟେଷ୍ଟ ମାନ୍ୟତା : କୋହଲିଙ୍କ ଶୀର୍ଷସ୍ଥାନ କାଏମ୍

ଟେଷ୍ଟ ମାନ୍ୟତା : କୋହଲିଙ୍କ ଶୀର୍ଷସ୍ଥାନ କାଏମ୍

ଦୁବାଇ :-ଭାରତ ଓ  ଅଧିନାୟକ ବିରାଟ କୋହଲି ଗୁରୁବାର ପ୍ରକାଶିତ ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ ତାଲିକାରେ ସେମାନଙ୍କ ପ୍ରଥମ ସ୍ଥାନ ବଜାୟ ରଖିପାରିଛନ୍ତି।  ଭାରତ ନିକଟରେ ୮ମ ର଼୍ୟାଙ୍କିଙ୍ଗପ୍ରାପ୍ତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୨-୦ରେ ସିରିଜ ବିଜୟ ହାସଲ କରିଛି। ଦଳ ୧୧୬ ପଏଣ୍ଟ ପକେଟସ୍ଥ କରିଥିବାବେଳେ ର଼୍ୟାଙ୍କିଙ୍ଗ ତାଲିକାର ଦ୍ୱିତୀୟ ସ୍ଥାନରେ ଥିବା ଦକ୍ଷିଣ ଆଫ୍ରିକାଠାରୁ ୧୦ ପଏଣ୍ଟ  ବ୍ୟବଧାନରେ ପ୍ରଥମ ସ୍ଥାନ ଅଧିକାର କରିଛି। କୋହଲିଙ୍କ ପଏଣ୍ଟ ସଂଖ୍ୟା ୯୩୫ ରହିଛି।  ବର୍ତ୍ତମାନ ସସ୍‌ପେଣ୍ଡ ଥିବା ଷ୍ଟିଭ୍‌ ସ୍ମିଥ (୯୧୦ ପଏଣ୍ଟ)ଙ୍କଠାରୁ ୨୫ ପଏଣ୍ଟ ଆଗରେ ରହିଛନ୍ତି। ଚେତେଶ୍ୱର ପୂଜାରା ୭୬୫ ପଏଣ୍ଟ ସହ ଟେଷ୍ଟ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗ ତାଲିକାର ୬ଷ୍ଠ ସ୍ଥାନ ଅଧିକାର କରିଛନ୍ତି।

ରାଜ୍ୟର ଖବର

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

୫ଜଣଙ୍କ ଜୀବନ ନେଲା ହାତୀ

ଅନଗୁଳ: ଗୁରୁବାର ମଧ୍ୟ ରାତ୍ରୀରେ ଅନୁଗୋଳ ଜିଲ୍ଲା ତାଳଚେରରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ତାଳଚେର ଅନ୍ତର୍ଗତ ଷଣ୍ଢଗାଁରେ ମଧ୍ୟରାତ୍ରରେ ପଲେ ହାତୀ ପଶି ଗୋଟିଏ ଗ୍ରାମର ୪ ଜଣ...

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦେଶ-ବିଦେଶ

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...

ବିଏସପି ସମର୍ଥକ ଭୋଟ୍ ଦେଲେ ବିଜେପିରେ, ପଶ୍ଚାତାପ କରି ନିଜ ଅଙ୍ଗୁଳି କାଟିଲେ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବୁଲନ୍ଦସହରରେ ଘଟିଛି ଏକ ଅଭାବନୀୟ ଘଟଣା। ଭୁଲରେ ଭାଜପାକୁ ଭୋଟ ଦେଇଥିବାରୁ ନିର୍ବାଚନ ଚିହ୍ନ ଲାଗିଥିବା ଅଙ୍ଗୁଳିକୁ କାଟିଦେଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, ବୁଳନ୍ଦସହରର ଶିକାରପୁର ଅଞ୍ଚଳର ଜଣେ ଦଳିତ...