State

ଆଜି ୪ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର, କାହିଁକି ଜାଣନ୍ତୁ

  •  
  • 3
  •  
  •  
  •  
  •  
  •  
    3
    Shares

ପୁରୀ : ଶ୍ରୀମନ୍ଦିରରେ ବୁଧବାର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

  •  
    3
    Shares
  •  
  • 3
  •  
  •  
  •  
  •  
Loading...

Join The Discussion

Loading...