Home ରାଜ୍ୟ କାଳିଆ ଯୋଜନାରେ ଭୂମିହୀନ ହିତାଧିକାରୀଙ୍କ ସଂଖ୍ୟା ୫ଲକ୍ଷକୁ ବୃଦ୍ଧି କରିବାକୁ କ୍ୟାବିନେଟ ମଞ୍ଜୁରୀ

କାଳିଆ ଯୋଜନାରେ ଭୂମିହୀନ ହିତାଧିକାରୀଙ୍କ ସଂଖ୍ୟା ୫ଲକ୍ଷକୁ ବୃଦ୍ଧି କରିବାକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର : କାଳିଆ ଯୋଜନା ଅବଧି ମଧ୍ୟରେ ରାଜ୍ୟର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯିବ । କୌଣସି ଯୋଗ୍ୟ ହିତାଧିକାରୀମାନଙ୍କୁ ବାଦ ଦିଆଯିବ ନାହିଁ ପାଇଁ ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତି ନିଆଯାଇଛି । । ପୂର୍ବରୁ ୧ଲକ୍ଷ ପରିବାରଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ନିଷ୍ପତି ହୋଇଥିଲାବେଳେ ଏହି ସଂଖ୍ୟାକୁ ୫ଲକ୍ଷକୁ ବୃଦ୍ଧି କରିବା ପାଇଁ ନିଷ୍ପତି ହୋଇଛି । ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ ହିତାଧିକାରୀଙ୍କ ପାଂଚ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ । ବଳକା ସହାୟତା ରାଶିକୁ ଦୁଇଟି କିସ୍ତିରେ ପରବର୍ତି ସମୟରେ ହିତାଧିକାରୀଙ୍କୁ ପ୍ରଦାନ କରାଯିବା ପାଇଁ ସ୍ଥିର ହୋଇଛି ।
ଆଜି ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଏଥିରେ ବିଭିନ୍ନ ବିଭାଗରୁ ଆସିଥିବା ୧୬ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ବୈଠକ ପରେ କ୍ୟାବିନେଟ ସଚିବ ତଥା ମୁଖ୍ୟ ଶାସନ ସଚିବ ଶ୍ରୀ ଆଦିତ୍ୟ ପ୍ରସାଦ ପାଢ଼ୀ ନିଆଯାଇଥିବା ନିଷ୍ପତି ସମ୍ପର୍କରେ ସୂଚନା ଦେଇଥିଲେ । ସେ କହିଥିଲେ ଯେ କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ସହାୟତା ପ୍ରଦାନ ସମୟକୁ ନିଶ୍ଚିତ କରିବା ପାଇଁ ପ୍ରତ୍ୟେକ ବର୍ଷ ଖରିଫ ଫସଲର ସହାୟତା ଅକ୍ଷୟ ତୃତୀୟା ଏବଂ ରବି ଫସଲ ସହାୟତା ପାଇଁ ନୂଆଖାଇ ଦିନ ପ୍ରଦାନ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଛି । ଯାହାଦ୍ୱାରା ଚାଷୀମାନେ ଏହି ସହାୟତା ରାଶିରେ ସେମାନଙ୍କର କୃଷିକ୍ଷେତ୍ର ପାଇଁ ଆବଶ୍ୟକ ଦ୍ରବ୍ୟ କିଣାକିଣି ତଥା କୃଷିକାର୍ଯ୍ୟ ପ୍ରସ୍ତୁତିରେ ଅଧିକ ସମୟ ଦେଇପାରିବେ । ଏହି ଯୋଜନାରେ ୧୬୩୩କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଶ୍ରୀ ପାଢ଼ୀ ଏକ ପ୍ରଶ୍ନର ଉତରରେ କହିଛନ୍ତି ।
ସାମ୍ବାଦିକମାନଙ୍କର ପ୍ରଶ୍ନର ଉତର ଦେଇ ସେ କହିଥିଲେ ଯେ, ପ୍ରଥମ ପର୍ଯ୍ୟାୟରେ ୧୩.୩ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭାଗଚାଷୀମାନଙ୍କୁ ୫ହଜାର ଟଙ୍କା ଲେଖାଏଁ ପ୍ରେରଣ କରାଯାଇଛି । ଏହି ଯୋଜନା ବାବଦରେ ଅଧିକ ଜାଣିବା ପାଇଁ ପ୍ରାୟ ୮ଲକ୍ଷ ଚାଷୀ କାଳିଆ ବାର୍ତାରେ ଯୋଗାଯୋଗ କରିଛନ୍ତି । ୬୭ଲକ୍ଷରୁ ଉଦ୍ଧ୍ୱର୍ ଚାଷୀ, ଭୂମିହୀନ, କୃଷକ ପରିବାର ଏବଂ ଭାଗଚାଷୀ ଏହି ଯୋଜନା ପାଇଁ ଆବେଦନ କରିଛନ୍ତି ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...