Home ରାଜ୍ୟ ୧୧ଲକ୍ଷ ଛାତ୍ରଛାତ୍ରୀ ପାଇବେ ବୃତି ; ସୁମଙ୍ଗଳ ଛାତ୍ରବୃତି

୧୧ଲକ୍ଷ ଛାତ୍ରଛାତ୍ରୀ ପାଇବେ ବୃତି ; ସୁମଙ୍ଗଳ ଛାତ୍ରବୃତି

ମେଟ୍ରୋ ଟିଭି ବ୍ୟୁରୋ : ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ । ମାତ୍ର ଗୋଟିଏ ପୋର୍ଟାଲ ଗ୍ଦମଷକ୍ଟକ୍ଷବକ୍ସଗ୍ଦଷସକ୍ଟ୍ର.କ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭରେ କ୍ଲିକ୍ କଲେ ପିଲାମାନେ ସେମାନଙ୍କ ଛାତ୍ରବୃତିି ପାଇଁ ଆବେଦନ କରିପାରିବେ । ଏହାଦ୍ୱାରା ରାଜ୍ୟର ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ସୂଚନାଯୋଗ୍ୟ ରାଜ୍ୟ ସରକାରଙ୍କ ୬ଟି ବିଭାଗ ପକ୍ଷରୁ ୨୧ଟି ଛାତ୍ରବୃତିି ଦିଆଯାଇଥାଏ । ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ଛାତ୍ରବୃତିି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଲୋକଙ୍କ ଜୀବନରେ ପରିବର୍ତର୍ନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉରେ ଗୁରୁତ୍ୱ ଆରୋପ କରିଛନ୍ତ । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧିନରେ ୨୦ରୁ ଅଧିକ ବୃତିି ପ୍ରଦାନ କରାଯାଉଛି । ଏହି ଏକକ ପୋର୍ଟାଲ ଦ୍ୱାରା ବୃତିି ପ୍ରଦାନ କରୁଥିବା ସରକାରୀ ବିଭାଗ ଓ ଆଶାୟୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦୂରତ୍ୱ କମିପାରିବ । ସେମାନେ ସୁବିଧାରେ ଘରେ ବସି ଆବେଦନ କରିବା ସହିତ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ବୃତି ପାଇାରିବେ । ଅନୁସୂଚିତ ଜନଜାତି, ଜାତି, ଅନ୍ୟ ପଛୁଆବର୍ଗ, ସାମାଜିକ ଓ ଶିକ୍ଷାଗତଭାବେ ପଛୁଆବର୍ଗ ଆଦି ଅନଗ୍ରସର ଶ୍ରେଣୀର ଛାତ୍ରଛାତ୍ରୀମାନେ ଏହି ବୃତିିର ସୁବିଧା ପାଇବାରେ ସର୍ବାଗ୍ରେ ରହିଛନ୍ତି । ଦୁର୍ବଳଶ୍ରଣୀର ପିଲାମାନଙ୍କ ଶିକ୍ଷା ସୁବିଧା ରାଜ୍ୟ ସରକାରଙ୍କ ପ୍ରାଥମିକତା ରହିଆସିଛି । ଏହି ଏକକ ପୋର୍ଟାଲ ଦ୍ୱାରା ସେମାନେ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାପ୍ରକାଶ କରିଛନ୍ତି । େ ରାଜ୍ୟର ଅନୁସୂଚିତ ଜନଜାତି ଓ ଜାତି ବିଭାଗ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଶ୍ରମ ଓ ଇଏସ୍‌ଆଇ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ କୃଷି ବିଭାଗର ସମସ୍ତ ବୃତି କାର୍ଯ୍ୟକ୍ରମ ଏହି ଗୋଟିଏ ପୋର୍ଟାଲରେ ପରିଚାଳିତ ହେବ । ରାଜ୍ୟ ଟ୍ରେଜେରୀ ସହିତ ଏହି ପୋର୍ଟାଲ ଲିଙ୍କ୍ ହୋଇଥିବାରୁ ଛାତ୍ରଛାତ୍ରୀମାନଙ୍କ ବ୍ୟାଙ୍କ ଆକାଉଟକୁ ବୃତି ରାଶି ସିଧାସଳଖ ଜମା ହୋଇପାରିବ ।

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...