Home ରାଜ୍ୟ ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ପାଇଁ ଦାବି

ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ପାଇଁ ଦାବି

ଭୁବନେଶ୍ୱର :- ଆଜି ସକାଳ ୮.୩୦ ମିନିଟ୍ ସମୟରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ପାର୍କରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତିରେ ଉକ୍ରଳ ସମ୍ମିଳନୀ ପକ୍ଷରୁ ମାଲ୍ୟାର୍ପଣ କରାଯାଇ ବରପୁତ୍ରଙ୍କ ୨୨ତମ ଶ୍ରାଦ୍ଧ ଦିବସ ପାଳନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଉକ୍ରଳ ସମ୍ମିଳନୀର ମଂଚେଶ୍ୱର ଶିଳ୍ପାଂଚଳ ଶାଖା ସଭାପତି ଦିଲ୍ଲୀପ ଦାଶଶର୍ମା ସଭାପତିତ୍ୱ କରି ସ୍ୱାଧୀନତା ଆନ୍ଦୋଳନରେ ଜଣେ ସାହସୀ ବ୍ୟକ୍ତିତ୍ୱ ତଥା ଓଡ଼ିଶାର ଲୌହ ମାନବ ବିଜୟାନନ୍ଦ ପଟ୍ଟନାୟକଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନୀତ କରିବା ପାଇଁ ଦାବି କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉପ-ସଭାପତି ଶୀତଳ ଚନ୍ଦ୍ର ମହାନ୍ତି, ସମ୍ପାଦକ ଗୋବିନ୍ଦ ଚନ୍ଦ୍ର ସୁବୁଦ୍ଧି, କାର୍ଯ୍ୟନିର୍ବାହୀ ସମିତି ସଦସ୍ୟ ଇଂ, ଶିବ ପ୍ରସାଦ ମିଶ୍ର, କ୍ଷେତ୍ରମୋହନ ନାୟକ, ମହେଶ୍ୱର ବିଶ୍ୱାଳ, ଅକ୍ଷୟ ଜେଠୀ, ସିଦ୍ଧାର୍ଥ ଶେଖର ଗଡ଼ନାୟକ ଓ ନିରଞ୍ଜନ ଜେନା ଆଦି ବହୁ ସଦସ୍ୟ ଯୋଗଦେଇ ବରପୁତ୍ରଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ମାଲ୍ୟାର୍ପଣ ପରେ ବିଜୁ ପଟ୍ଟନାୟକ- ଅମର ରୁହ, ବନ୍ଦେ-ଉକ୍ରଳ ଜନନୀ ଧ୍ୱନୀ ଦିଆଯାଇ କାର୍ଯ୍ୟକ୍ରମ ଶେଷ କରାଯାଇଥିଲା ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...