Home ରାଜ୍ୟ ଓଡିଶାରେ ହାଇ ଆଲର୍ଟ

ଓଡିଶାରେ ହାଇ ଆଲର୍ଟ

ଭୁବନେଶ୍ୱର: ଭାରତ-ପାକିସ୍ତାନ ମଧ୍ୟରେ ସାଂପ୍ରତିକ ଯୁଦ୍ଧସ୍ଥିତିକୁ ଦେଖି ଓଡିଶାରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ଆଲର୍ଟ ରହିବା ପାଇଁ ଡିଜିପ ଡ. ରାଜେନ୍ଦ୍ର ପ୍ରସାଦ ଶର୍ମା ସମସ୍ତ ଜିଲ୍ଲାର ଏସ୍ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଗୁଇନ୍ଦା ତଥ୍ୟ ସଂଗ୍ରହ ଓ ଏହାକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଗୁଇନ୍ଦା ତଥ୍ୟ ମିଳିବା ପରେ ସାରା ଦେଶରେ ଆଲର୍ଟ ଜାରି କରାଯାଇଥିବା ବେଳେ ଓଡିଶାର ବିମାନବନ୍ଦର, କ୍ଷେପଣାସ୍ତ୍ର ଘାଟିର ସୁରକ୍ଷା, ରେଳଷ୍ଟେସନ, ସହରର ଗୁରୁତ୍ୱପୂର୍ଣ୍ଣ ଜନଗହଳି ସ୍ଥାନ ସମେତ ବଡବଡ ପ୍ରତିଷ୍ଠାନଗୁଡିକ ଉପରେ ଧ୍ୟାନ ଦେବାକୁ ଡିଜିପି ପରାମର୍ଶ ଦେଇଛନ୍ତି । ଗୁରୁବାର ପୁଣି ଅସ୍ତ୍ରବିରିତ ଉଲ୍ଲଂଘନ କରି ପାକିସ୍ତାନ ଜାମ୍ମୁ କାଶ୍ମୀର କୁଞ୍ଚ ଜିଲ୍ଲାର କ୍ରିଷ୍ଣାଘାଟି ସେକ୍ଟରରେ ଗୁଳି ବର୍ଷଣ କରିବା ପରେ ଏବଂ ମୁମ୍ବାଇର ୧୨ଟି ମେଟ୍ରୋ ଷ୍ଟେସନରେ ବିପଦ ରହିଥିବା ଗୁଇନ୍ଦା ସୂଚନା ଆସିବା ପରେ ସାରା ଦେଶରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...