Home ରାଜ୍ୟ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର ଶେଷ

ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର ଶେଷ

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ । ଏହା ପୂର୍ବରୁ ମଙ୍ଗଳବୋର ଦିନ ପ୍ରଚାର ଶେଷ ହୋଇଛି । ବିଭିନ୍ନ ଦଳର ହେଭିୱେଟ୍ ମାନେ ଶେଷ ଦିନରେ ପ୍ରଚାର ମଇଦାନ କୁ ଓହ୍ଲାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁର ସଭାରେ ଯୋଗ ଦେବା ପରେ ଭୁବନେଶ୍ୱରରେ ରୋଡ୍ ସୋ ଏବଂ ସଭା କରିଥିଲେ । ସେହିପରି ବିଡେି ସୁପ୍ରିମୋ ନବୀନ ପଟ୍ଟନାୟକ ବରଗଡରେ ନିର୍ବାଚନୀ ପ୍ରଚାର କରିଥିଲେ ।
ଏହି ପର୍ଯ୍ୟାୟରେ ଚାରିଗୋଟି ଲୋକସଭା ଆସନ ଯଥା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ସହ ଏହା ଅଧିନସ୍ଥ ୩୫ ଗୋଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ ।
ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ । ଏମାନଙ୍କ ମଧ୍ୟରେ ୩୦ଜଣ ପୁରୁଷ ଓ ୫ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୩୫ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୪ଜଣ ଜାତୀୟ ଦଳର, ୫ଜଣ ରାଜ୍ୟସ୍ତରୀୟ ଦଳର, ୯ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୭ଜଣ ସ୍ୱାଧୀନ ପ୍ରାର୍ଥୀଭାବେ ନିର୍ବାଚନରେ ଅଂଶଗ୍ରହଣ କରିବେ ।
ସେହିପରି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନରେ ୨୪୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ । ଏମାନଙ୍କ ମଧ୍ୟରେ ୨୧୯ ଜଣ ପୁରୁଷ ଓ ୨୫ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୨୪୪ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୯୭ଜଣ ଜାତୀୟ ଦଳର, ୩୫ ଜଣ ରାଜ୍ୟସ୍ତରୀୟ ଦଳର, ୪୨ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୭୦ଜଣ ସ୍ୱାଧୀନ ପ୍ରାର୍ଥୀ ନିର୍ବାଚନରେ ଅଂଶଗ୍ରହଣ କରିବେ । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୯୧୧୭ ବୁଥ୍ରେ ୩୯୪୫୦୨୫ ପୁରୁଷ ଭୋଟର, ୩୭୪୭୪୯୩ ମହିଳା ଭୋଟର ଓ ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...