State

ପୁଣି ସ୍ୱତନ୍ତ୍ର ରାଜ୍ୟପାହ୍ୟା ଦାବି କଲେ ନବୀନ

  •  
  • 4
  •  
  •  
  •  
  •  
  •  
    4
    Shares

ଭୁବନେଶ୍ୱର: ୨୦୧୪ ସାଧାରଣ ନିର୍ବାଚନରେ ବିଜେପିର ନିର୍ବାଚନୀ ଇସ୍ତାହାରରେ ପ୍ରଥମ ଏଜେଣ୍ଡା ଥିଲା ଓଡ଼ିଶାକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ପ୍ରଦାନ କରିବା । ଆଶା ଥିଲା ଓଡ଼ିଶାବାସୀ ନ୍ୟାୟ ପାଇବେ । ଏହା ଦ୍ୱାରା ଓଡ଼ିଶାର ଯୁବକମାନେ ସବୁଠାରୁ ଅଧିକ ସୁଯୋଗ ପାଇବେ । ଓଡ଼ିଶାକୁ ଟ୍ୟାକ୍ସ ରିବେଟ ମିଳିବ । ଅନେକ ଶିଳ୍ପ ଆସିବ, ନିଯୁକ୍ତିର ସୁଯୋଗ ମଧ୍ୟ ବଢ଼ିବ । କିନ୍ତୁ ଦୁଃଖର କଥା, ଚୌକି ପାଇଁ ବିଜେପି ତା’ର ପ୍ରତିଶ୍ରୁତିକୁ ଭୁଲି ଗଲା । ଓଡ଼ିଶାବାସୀଙ୍କ ଆଶା ଆଶାରେ ହିଁ ରହିଗଲା ବୋଲି କହି କେନ୍ଦ୍ର ସରକାରଙ୍କୁ ସିଧା ସଳଖ ଟାର୍ଗେଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ବିଜୁ ଜନତା ଦଳ ପକ୍ଷରୁ ଶୁକ୍ରବାର ୪୩ ନମ୍ବର ୱାର୍ଡର ଲକ୍ଷ୍ମୀସାଗର ମେଳନ ପଡ଼ିଆରେ ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ପଦଯାତ୍ରାରେ ଯୋଗ ଦେଇ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଓଡ଼ିଶା ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟର ସାମନା କରୁଛି । ବହୁ ଧନ ସଂପତି ନଷ୍ଟ ହେଉଛି । ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ପାଇଁ ଏହା କ’ଣ ଏକ ଯୁକ୍ତିଯୁକ୍ତ କାରଣ ନୁହେଁ? ୨୦୧୪ର ଏହି ପ୍ରତିଶ୍ରୁତି ବିଷୟ ଲୋକମାନେ ବିଜେପିକୁ ୨୦୧୯ ନିର୍ବାଚନରେ ମନେ ପକାଇଦେବେ । ସ୍ୱତନ୍ତ୍ର ପାହ୍ୟା ରାଜ୍ୟ ମାନ୍ୟତା ଆମର ହକ୍ । ଏଥିପାଇଁ ଆମର ଲଢ଼େଇ ଜାରି ରହିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।
ଶ୍ରୀ ପଟ୍ଟନାୟକ କହିଥିଲେ ଯେ ୨୦୦୦ରୁ ୨୦୦୯ ମସିହା ପର୍ଯ୍ୟନ୍ତ ବିଜେଡି-ବିଜେପି ଏକାଠି ସରକାର କରିଥିଲେ । ଓଡ଼ିଶାକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ଦେବା ପାଇଁ ଆମେ ଏକାଠି ଲଢ଼ୁଥିଲୁ । ୨୦୦୯ ପରେ ବିଜୁ ଜନତା ଦଳ ଓ ବିଜେପି ଏଥିପାଇଁ ତାଙ୍କର ଲଢ଼େଇ ଜାରି ରଖିଛନ୍ତି । ୨୦୧୪ ସାଧାରଣ ନିର୍ବାଚନରେ ବିଜେପିର ନିର୍ବାଚନୀ ଇସ୍ତାହାରରେ ପ୍ରଥମ ଏଜେଣ୍ଡା ଥିଲା ଓଡ଼ିଶାକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ପ୍ରଦାନ କରିବା । ଆଶା ଥିଲା ଓଡ଼ିଶାବାସୀ ନ୍ୟାୟ ପାଇବେ । ନମ୍ବର ୨ରେ ଲାଭ ହେବ, ବର୍ତମାନ ବିଭିନ୍ନ କେନ୍ଦ୍ରୀୟ ଯୋଜନାରେ ଓଡ଼ିଶା ସରକାର ଓ କେନ୍ଦ୍ର ସରକାରଙ୍କ ଭାଗ ପଚାଶ-ପଚାଶ ରହୁଛି । କିନ୍ତୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ପାଇଲେ, ଏହି ଭାଗ ନବେ ଓ ଦଶ ପ୍ରତିଶତ ରହିବ । ଏହାଦ୍ୱାରା ବଳକା ଅର୍ଥକୁ ଆମେ ଶିକ୍ଷା, ସ୍ୱାସ୍ଥ୍ୟ, ଭିତିଭୂମି ଓ ଅନ୍ୟାନ୍ୟ ବିକାଶ କାମରେ ଖର୍ଚ୍ଚ କରିପାରିବା । କିନ୍ତୁ ଦୁଃଖର କଥା, ଚୌକି ପାଇଁ ବିଜେପି ତା’ର ପ୍ରତିଶ୍ରୁତିକୁ ଭୁଲି ଗଲା । ଓଡ଼ିଶାବାସୀଙ୍କ ଆଶା ଆଶାରେ ହିଁ ରହିଗଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଭୁବନେଶ୍ୱର-ମଧ୍ୟ ବିଧାୟକ ବିଜୟ ମହାନ୍ତିଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଜନସଂପର୍କ ପଦଯାତ୍ରାରେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର-ଉତର ବିଧାୟକ ପ୍ରିୟଦର୍ଶୀ ମିଶ୍ର, ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ବିଧାୟକ ଦେବାଶିଷ ନାୟକ, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ମେୟର ଅନନ୍ତ ନାରାୟଣ ଜେନା, ଯୁବ ବିଜେଡି ସଭାପତି ଅମରେଶ ପତ୍ରୀ, ଛାତ୍ର ବିଜେଡି ସଭାପତି ରାଣାପ୍ରତାପ ପାତ୍ର ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଜିଲ୍ଲା କାର୍ଯ୍ୟକାରୀ ସଭାପତି ବାବୁ ସିଂହ, ଡେପୁଟି ମେୟର କେ. ଶାନ୍ତି, ସୁଲତା ଦେଓ, ଏକାମ୍ର-ଭୁବନେଶ୍ୱର ମହିଳା ବିଜେଡି ସଭାନେତ୍ରୀ ମହାମାୟା ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

  •  
    4
    Shares
  •  
  • 4
  •  
  •  
  •  
  •  
Loading...

Join The Discussion

Loading...