Home ରାଜ୍ୟ ୬୪୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ବାକି ପଡ଼ିଛି: ମୁଖ୍ୟମନ୍ତ୍ରୀ

୬୪୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ବାକି ପଡ଼ିଛି: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଓଡ଼ିଶାରେ କେନ୍ଦ୍ର ସରକାରଙ୍କର ଅଧା ପଡ଼ି ରହିଥିବା କେତେକ ପ୍ରକଳ୍ପ ସମ୍ବନ୍ଧରେ ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ ରାଜ୍ୟ ସରକାରୀ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା  କରିଛନ୍ତି।

ମୁଖ୍ୟ  ଆବାସିକ କମିସନର ସୁନୀଲ ଭାର୍ଗବ ଓ ପ୍ରମୁଖ ସଚିବ ରାଜେଶ ବର୍ମାଙ୍କ ସହ କେନ୍ଦ୍ରୀୟ ଅନୁଦାନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସବିଶେଷ ଆଲୋଚନା କରିଥିଲେ। ବୈଠକ ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଛନ୍ତି କି, ରାଜ୍ୟର ବିଭିନ୍ନ ପ୍ରକଳ୍ପ ବାବଦରେ ୬୪୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ବାକି ପଡ଼ିଛି। ଗୃହ ନିର୍ମାଣ ବାବଦରେ ୧୦୦୦ କୋଟି ଟଙ୍କା, ସ୍ୱାସ୍ଥ୍ୟ ନିମନ୍ତେ ୩୭୫ କୋଟି ଟଙ୍କା, ଏନ୍‌ଆର୍‌ଇଜିଏସ୍‌ରେ ୪୦୦ କୋଟି ଟଙ୍କା ଓ କୃଷି ଲାଗି ୬୫୦ କୋଟି ଟଙ୍କା ସେଥିରେ ଅନ୍ତର୍ଭୁକ୍ତ। ପାନୀୟ ଜଳ ବାବଦରେ ୧୦୦ କୋଟି ଟଙ୍କା ବକେୟା ରହିଛି ଓ ସ୍ମାର୍ଟ ସିଟିରୁ ଦାରିଦ୍ର୍ୟ ହଟାଇବା ଲାଗି ୨୦୦ କୋଟି ଟଙ୍କାର ଅନୁଦାନରୁ ମାତ୍ର ୬ କୋଟି ଟଙ୍କା ଦିଆଯାଇଛି। ଉପରୋକ୍ତ ବିଭାଗର ବକେୟା ଅର୍ଥରାଶି ତୁରନ୍ତ ପ୍ରଦାନ କରିବା ଲାଗି କେନ୍ଦ୍ର ସରକାରଙ୍କ ମନ୍ତ୍ରାଳୟଗୁଡ଼ିକ ସହ ଆଲୋଚନା କରିବାକୁ ମୁଖ୍ୟମନ୍ତ୍ରୀ  ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...