Home ରାଜ୍ୟ ଶଙ୍ଖ ଧରିଲେ ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିଂ

ଶଙ୍ଖ ଧରିଲେ ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିଂ

ଭୁବନେଶ୍ୱର :ଶଙ୍ଖ ଧରିଲେ ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିଂ । ଆଜି ବିଜେଡି କାର୍ଯ୍ୟଳୟରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟଙ୍କ ଉପସ୍ଥିତିରେ ବିଜେଡିରେ ଯୋଗଦେଇଛନ୍ତି । ନିଜର ସମର୍ଥକଙ୍କ ଆସି ବିଜେଡିରେ ଯୋଗ ଦେଇଛନ୍ତି ଯୋଗେଶ ସିଂ । ଯୋଗେଶଙ୍କ ଦଳରେ ଯୋଗଦାନ ସୁନ୍ଦରଗଡରେ ଦଳକୁ ଅଧିକ ମଜବୁଦ କରିବ ବୋଲି ବିଜେଡି ସୁପ୍ରିମୋ କହିଛନ୍ତି । ଏହା ପୂର୍ବରୁ ଆଜି ସୁନ୍ଦରଗଡର ବିଜେଡି ନେତ୍ରୀ କୁସୁମୁ ଟେପେଙ୍କୁ ଥଇଥାନ କରିଥିଲେ ନବୀନ ପଟ୍ଟନାୟକ । ଯୋଗେଶ ସିଂ ସାମିଲ ନେଇ ସୁନ୍ଦରଗଡ ବିଜେଡିରେ କେଁ ଦେଖାଦେଇଥିଲା । ନିକଟରେ କଂଗ୍ରେସ ଦଳରୁ ଇସ୍ତଫା ଦେଇଥିଲେ ଯୋଗେଶ ସିଂ  । ସୂଚନା ମୁତାବକ, ସୁନ୍ଦରଗଡ ବିଧାୟକ ଯୋଗେଶ ସିଂ କିଛିଦିନ ହେବ ଲଗାତାର ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜୁ ଜନତା ଦଳକୁ ପ୍ରଶଂସାରେ ପୋତି ପକାଇଥିଲେ । ଯାହାକୁ ନେଇ ସେ ବିଜେଡିରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଥିଲା । ଏହାର ଆଭାସ ପାଇବା ସହ ଅନ୍ୟ ଦେଳର ନେତାଙ୍କୁ ପ୍ରଂଶସା କରିବା ନେଇ କଂଗ୍ରେସ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଇଥିଲା । ଫଳରେ ତାଙ୍କୁ ଦଳରୁ ସସପେଣ୍ଡ କରିଥିଲା କଂଗ୍ରେସ ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...