Home ରାଜ୍ୟ ଦୁର୍ନୀତିରେ ରାଜ୍ୟ ସରକାର ବୁଡି ରହିଛି : ଜାଭଡେକର

ଦୁର୍ନୀତିରେ ରାଜ୍ୟ ସରକାର ବୁଡି ରହିଛି : ଜାଭଡେକର

ବ୍ରହ୍ମପୁର: ଓଡିଶାରେ ଲୋକତନ୍ତ୍ର ଶାସନ ଚାଲି ନାହିଁ। ରାଜ୍ୟରେ ବିଜେଡି ତନ୍ତ୍ର ଚାଲିଛି ବୋଲି କହିଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ପ୍ରକାଶ ଜାଭଡେକର ପ୍ରକାଶ କରିଛନ୍ତି। ବ୍ରହ୍ମପୁର ଠାରେ ସାମ୍ବାଦିକ ମାନଙ୍କ ସହ ଆଲୋଚନା ବେଳେ ସେ କହିଛନ୍ତି ଯେ କେନ୍ଦ୍ରୀୟ ଯୋଜନା ଗୁଡିକୁ ରାଜ୍ୟ ସରକାର ହଡପ କରି ନିଜ ଯୋଜନା ବୋଲି କହି ପ୍ରଚାର କରୁଛନ୍ତି । ଏହି ସରକାର କ୍ଷମତାକୁ ଆସିବା ପର ଠାରୁ ତଳ ସ୍ତରରୁ ଆରମ୍ଭ କରି ଉପର ସ୍ତର ପର୍ଯ୍ୟନ୍ତ ବିଭିନ୍ନ ଯୋଜନା ପାଇଁ ପିସି ନେଉଛନ୍ତି । ତେଣୁ ରାଜ୍ୟ ସରକାର ପିସି ଭିତିକ ସରକାର ବୋଲି ଶ୍ରୀ ଜାଭଡେକର କହିଛନ୍ତି ।

ସେ କହିଛନ୍ତି ଯେ ସ୍ୱଚ୍ଛ ଶାସନ ଚାଲିଛି ବୋଲି କୁହା ଯାଉଥିବା ବେଳେ ବାସ୍ତବରେ ଦୁର୍ନୀତିରେ ରାଜ୍ୟ ସରକାର ବୁଡି ରହିଛି । ଏଥିରେ ଦଳୀୟ ବିଧାୟକ, ସାଂସଦ, ନ୍ତ୍ରୀ, ପ୍ରତ୍ୟକ୍ଷ ଓ ପରୋକ୍ଷରେ ସଂପୃକ୍ତି ରହିଛି । ଦଳୀୟ ଭିତିରେ ବିଭିନ୍ନ ଯୋଜନାରେ ହିତାଧିକାରୀ ମାନଙ୍କୁ ଚିହ୍ନଟ କରା ଯାଉଛି ।

ପ୍ରକାଶ ଜାଭଡେକରଙ୍କ ମନ୍ତବ୍ୟ ଉପରେ ବିଜେଡି ପ୍ରତିକ୍ରିୟା ରଖିଛି। ଦଳର ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କ କଥା ହାସ୍ୟାସ୍ପଦ। ଯଦି ସତସାହସ ଅଛି ପିସି କାରବାରର ପ୍ରମାଣ ଦିଅନ୍ତୁ। ଓଡ଼ିଶାରେ ବିକାଶତନ୍ତ୍ର ଚାଲିଛି। ପ୍ରଗତିକୁ ଦେଖି ବିଜେପି ଭୟଭୀତ ବୋଲି ସେ କହିଛନ୍ତି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...