Home ରାଜ୍ୟ ଭାରତରେ ଅରାଜକତା ବ୍ୟାପୀବାକୁ ଦିଆଯିବ ନାହିଁ : ଯୋଗୀ

ଭାରତରେ ଅରାଜକତା ବ୍ୟାପୀବାକୁ ଦିଆଯିବ ନାହିଁ : ଯୋଗୀ

ଖୋର୍ଦ୍ଧା: ଜମ୍ମୁ କଶ୍ମୀରର ପୁଲଓ୍ଵାମା ଜିଲ୍ଲାରେ ଫେବ୍ରୁଆରି ୧୪ରେ ସେନା ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାର ନାଚୁଣୀ ଠାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଆୟୋଜିତ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗୀ କହିଛନ୍ତି, ଆତଙ୍କବାଦୀଙ୍କୁ ପୁଲଓ୍ଵାମା ଆକ୍ରମଣର ଜବାବ ମିଳିବ। ଏଥି ପାଇଁ ଆମର ବୀର ଯବାନ ମାନେ ପ୍ରସ୍ତୁତ ଅଛନ୍ତି। ଭାରତରେ ଅରାଜକତା ବ୍ୟାପୀବାକୁ ଦିଆଯିବ ନାହିଁ ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି, ଏହି ଯୋଜନାରେ ଓଡ଼ିଶାରେ କମ୍‌ ପରିମାଣ ଘର ନିର୍ମାଣ ହୋଇଛି କିନ୍ତୁ ଉତ୍ତରପ୍ରଦେଶରେ ବର୍ତ୍ତମାନ ସୁଦ୍ଧା ୨୦ ଲକ୍ଷ ଘର ତିଆରି ହୋଇଛି। କେନ୍ଦ୍ର ସରକାର ସ୍ମାରକୀ ନିର୍ମାଣ ପାଇଁ ପ୍ରସ୍ତାବ ଦେଇଛନ୍ତି କିନ୍ତୁ ଓଡ଼ିଶା ସରକାର ସ୍ମାରକୀ ନିର୍ମାଣ ପାଇଁ ଜମି ଦେଉ ନାହାନ୍ତି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...