Home ରାଜ୍ୟ ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିବାକୁ ମନାକଲେ ଗୀତା ମେହେଟ୍ଟା

ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିବାକୁ ମନାକଲେ ଗୀତା ମେହେଟ୍ଟା

ଚଳିତ ବର୍ଷ ୪ଜଣ ପଦ୍ମ ବିଭୂଷଣ, ୧୪ଜଣଙ୍କୁ ପଦ୍ମଭୂଷଣ ଏବଂ ୯୪ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବେ। ଓଡ଼ିଶାରୁ ୩ଜଣଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟ୍ଟା ମଧ୍ୟ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନିତ ହୋଇଛନ୍ତି। ମାତ୍ର ଗୃହ ବିଭାଗ ପକ୍ଷରୁ ଘୋଷଣା ହୋଇଥିବା ପଦ୍ମଶ୍ରୀ ସମ୍ମାନକୁ ଗ୍ରହଣ କରିବା ପାଇଁ ମନା କରିଛନ୍ତି ଗୀତା ମେହେଟ୍ଟା। ସାଧାରଣ ନିର୍ବାଚନକୁ ଆଉ ଅଳ୍ପ ଦିନ ବାକି ଥିବାରୁ ଏହି ସମୟରେ ସମ୍ମାନ ଗ୍ରହଣ କରିବାକୁ ସେ ଉଚିତ୍‌ ମଣୁ ନ ଥିବା ସେ ପ୍ରକାଶ କରିଛନ୍ତି।  ଏହାଦ୍ୱାରା ଲୋକମାନଙ୍କ ମନରେ ଭୁଲ ବୁଝାମଣା ସୃଷ୍ଟି ହେବ ବୋଲି ସେ ମଧ୍ୟ କହିଛନ୍ତି। ଏଣୁ ସସମ୍ମାନେ ସେ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିବାକୁ ଅଗ୍ରାହ୍ୟ କରିଛନ୍ତି।

ପ୍ରକାଶ ଥାଉ କି, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଝିଅ ହେଉଛନ୍ତି ଗୀତା ମେହେଟ୍ଟା। ସେ ଜଣେ ପ୍ରବାସୀ ଭାରତୀୟ ଭାବେ ଏହି ମର୍ଯ୍ୟାଦାଜନକ ପୁରସ୍କାର ଗ୍ରହଣ କରିବାକୁ ମନୋନିତ ହୋଇଥିଲେ। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ନିଜର ଅବଦାନକୁ ନେଇ ତାଙ୍କୁ ଏହି ପୁରସ୍କାର ଦିଆଯାଇଥାନ୍ତା।

ରାଜ୍ୟର ଖବର

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

୨୩ରେ ପୁଣି ଓଡିଶା ଆସିବେ ମୋଦି

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ସେ କେନ୍ଦ୍ରାପଡା ଓ ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...