Home ରାଜ୍ୟ ଓଡ଼ିଶାରେ ବିଜେପି ସରକାର ଗଢ଼ିବ: ମୋଦୀ

ଓଡ଼ିଶାରେ ବିଜେପି ସରକାର ଗଢ଼ିବ: ମୋଦୀ

ସମ୍ବଲପୁର: ଆଜି ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାକୁ ନିର୍ବାଚନ ପ୍ରଚାରରେ ଆସି ସମ୍ବଲପୁରରେ ପହଞ୍ଚିଛନ୍ତି। ସେ ଝାରସୁଗୁଡ଼ା ବିମାନବନ୍ଦରରେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଅବତରଣ କରି ସେଠାରୁ ହେଲିକେପ୍ଟର ଯୋଗେ ସମ୍ବଲପୁରରେ ପହଞ୍ଚି ରେମେଡ୍ ଛକ ପଡ଼ିଆରେ ବିଜେପିର ବିଜୟ ସଂକଳ୍ପ ସଭାରେ ଯୋଗ ଦେଇଛନ୍ତି। ପ୍ରଥମେ ସଭାରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ  ଉପହାର ପ୍ରଦାନ କରାଯାଇଛି। ଜୟ ଜଗନ୍ନାଥ କହି ଏହି ସଭାରେ ଉଦବୋଧନ ଦେବା ଆରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ସମ୍ବଲପୁରୀ ଭାଷାରେ  ଜୁହାର ବୋଲି   କହିଛନ୍ତି  ।  ସେ ଓଡ଼ିଶାର ବରପୁତ୍ରମାନଙ୍କୁ ସ୍ମରଣ କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି,‘ ଏ ଚୌକିଦାରକୁ ଦେଶବାସୀଙ୍କ ଭଲପାଇବା ଦେଖି ବିରୋଧୀଙ୍କ ହୋସ୍ ଉଡ଼ୁଛି, ପ୍ରଥମ ପର୍ଯ୍ୟାୟ ଭୋଟ୍‌ ପରେ ବିଶ୍ୱାସ ଆସିଛି ଦିଲ୍ଲୀରେ ପୁଣି ମୋଦୀ ସରକାର ଏବଂ ଓଡ଼ିଶାରେ ବିଜେପି ସରକାର ଗଢ଼ିବ । ’କେନ୍ଦ୍ର ସରକାର ଦେଉଥିବା ଅର୍ଥର ଉପଯେୋଗ  ରାଜ୍ୟ ସରକାର   କରିପାରୁ ନଥିବା କଥା ଅଭିଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ସଭାରେ ସମ୍ବଲପୁର ବିଜେପି ଲୋକସଭା ପ୍ରାର୍ଥୀ ନୀତେଶ ଗଙ୍ଗଦେବ, ସମ୍ବଲପୁର ବିଜେପି ବିଧାନସଭା ପ୍ରାର୍ଥୀ ଜୟ ନାରାୟଣ ମିଶ୍ର , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଏବଂ ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରମୁଖ ଉପସ୍ଥିତ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁରରେ ବିଜୟ ସଂକଳ୍ପ ସଭାକୁ ସଂବୋଧିତ କରୁଥିବା ବେଳେ ଅପରାହ୍ନରେ ଭୁବନେଶ୍ୱରରେ ରୋଡ ଶୋ’ କରିବେ  ଏବଂ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ବୋଲି ଜଣାଯାଇଛି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...