Home ରାଜ୍ୟ ୧୫୫୦- କୋଟି ଟଙ୍କା ପ୍ରକଳ୍ପର ଉଦ୍‌ଘାଟନ, ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୧୫୫୦- କୋଟି ଟଙ୍କା ପ୍ରକଳ୍ପର ଉଦ୍‌ଘାଟନ, ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବଲାଙ୍ଗୀର : ଗତ ୨୦ ଦିନ ମଧ୍ୟରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ଓଡ଼ିିଶା ଗସ୍ତରେ ଆସଛନ୍ତି। ଆଜି ବଲାଙ୍ଗିର ଠାରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଆସିପହଞ୍ଚିଛନ୍ତି। ବଲାଙ୍ଗୀର ରେଳଷ୍ଟେସନ ନିକଟରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମ ଅବସରରେ ଶ୍ରୀ ମୋଦି ସମୁଦାୟ ୧୫୫୦କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏଠାରେ ଆୟୋଜିତ ଉତ୍ସବରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି କହିଥିଲେ ଯେ ପୂର୍ବ ଭାରତର ବିକାଶ ସହିତ ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ନିରନ୍ତର ଉଦ୍ୟମ ଚଳାଇଛନ୍ତି। ଏହି କ୍ରମରେ ଓଡ଼ିଶାର ପଶ୍ଚିମାଞ୍ଚଳରେ ଶିକ୍ଷା, ଯୋଗାଯୋଗ ଓ ସାଂସ୍କୃତିକ ଓ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ କେନ୍ଦ୍ର ସରକାର ଉଦ୍ୟମ କରୁଛନ୍ତି।ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ବଲାଙ୍ଗୀର- ବିଛୁପାଲ୍ଲୀ ରେଳଷ୍ଟେସନ ମଧ୍ୟରେ ନୂଆ ରେଳପଥ ଉଦ୍‌ଘାଟନ କରିବା ସହିତ ସବୁଜ ପତାକା ଦେଖାଇ ରେଳ ଚଳାଚଳର ଶୁଭାରମ୍ଭ କରିଥିଲେ। ସେହିପରି ରାୟଗଡ଼ା ଠାରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ଉଦ୍‌ଘାଟନ କରିବା ସହିତ ସୁବର୍ଣ୍ଣପୁର ଠାରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ଶିଳାନ୍ୟାସ ମଧ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି କରିଥିଲେ।
ପ୍ରଧାନମନ୍ତ୍ରୀ ରେଳ ଚଳାଚଳକୁ ଉଦ୍‌ଘାଟନ କରି କହିଥିଲେ ଯେ ଏହି ଯୋଗାଯୋଗ ସୁବିଧାର ବିକାଶ ଦ୍ୱାରା କୃଷକମାନେ ସେମାନଙ୍କ ଉତ୍ପାଦିତ ସମାଗ୍ରୀ ବଡ଼ ବଜାରରେ ପହଞ୍ଚାଇବା ସହିତ ଅଧିକ ଲାଭ ପାଇ ପାରିବେ। ସେହିପରି ରେଳପଥ ଖୋଲିବା ଦ୍ୱାରା ଏଠାରେ ନୂତନ ଶିଳ୍ପ ପ୍ରତିଷ୍ଠାର ସୁଯୋଗ ସୃଷ୍ଟି ହେବ। ଏହା ଫଳରେ ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ସାଂସଦ କଲିକେଶ ସିଂଦେଓ ପ୍ରମୁଖ ଉପସ୍ଥିତ ଥିଲେ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...