Home ରାଜ୍ୟ ଜୟପୁର ଯୁବ ସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ

ଜୟପୁର ଯୁବ ସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ

ଜୟପୁର: କୋରାପୁଟ ଜିଲ୍ଲା ଜୟପୁରରେ ବିଜେଡିର ଯୁବ ସମାବେଶ ମଙ୍ଗଳବାର ଆୟୋଜିତ ହୋଇଯାଇଛି। ବିଜୁ ଯୁବ ବାହିନୀ ପକ୍ଷରୁ ଆଞ୍ଚଳିକ ସମାବେଶକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରି କୋରାପୁଟରେ ୨ହଜାର କୋଟି ଟଙ୍କାର ବିଭିନ୍ନ ଜନହିତକାରୀ ପ୍ରକଳ୍ପର ଉଦଘାଟନ କରିଥିବା କଥା ଘୋଷଣା କରିଛନ୍ତି।ତେଲେଙ୍ଗାରି ଜଳସେଚନ ପ୍ରକଳ୍ପକୁ ମଧ୍ୟ ଆଜି ଲୋକାର୍ପିତ କରିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ କେବିକେର ବିକାଶ ସରକାରଙ୍କ ପ୍ରାଥମିକତାରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଯୋଗାଯୋଗ କ୍ଷେତ୍ରରେ ତିନିଟି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଗିରିଲଗୁମା ଦୁଆରାଶୁଣି ନିକଟରେ ପୋଲ ନିର୍ମାଣ ହେବା ସହିତ ନନ୍ଦନପୁର-ଲମତାପୁର ରାସ୍ତା ଉପରେ ଉଚ୍ଚପୋଲ ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।ସେହିପରି ଆଜି ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦୯୭ କୋଟି ଟଙ୍କା ବ୍ୟୟରେ ୪ଟି ମେଗା ପାନୀୟ ଜଳ ପ୍ରକଳ୍ପ ସହ ୧୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ୧୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ମଧ୍ୟ ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...