Home ରାଜ୍ୟ ପଶ୍ଚିମ ଓଡିଶାରେ ନବୀନଙ୍କ ମାରାଥନ ପ୍ରଚାର

ପଶ୍ଚିମ ଓଡିଶାରେ ନବୀନଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡିଶାରେ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ପ୍ରଥମେ ବରଗଡ ଜିଲ୍ଲା ଅତାବିରା ଓ ପଦ୍ମପୁରରେ ନିର୍ବାଚନୀ ସଭାରେ ଯୋଗ ଦେବା ପରେ ବଲାଙ୍ଗୀର ଜିଲ୍ଲା ପାଟଣାଗଡରେ ହାଇଟେକ୍ ବସରେ ରୋଡ ସୋ’ କରିଛନ୍ତି । ଅତାବିରା ଓ ପଦ୍ମପୁରରେ ନବୀନ ନିଜ ସରକାରର ସଫଳତା ବଖାଣିବା ସହ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । କେନ୍ଦ୍ରର ବିଜେପି ସରକାର ଚାଷୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣରେବିପଳ ହୋଇଛନ୍ତି ବୋଲି ଅଭିଯୋଗ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, କାଳିଆ ଯୋଜନାରେ ଏପର୍ଯ୍ୟନ୍ତ ୪୦ଲକ୍ଷ ଚାଷୀ ଉପରେ ପାଇଲେଣି । କିନ୍ତୁ କେନ୍ଦ୍ରର ବିଜେପି ସରକାର ଏହି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି । ମୁଁ ଥିବା ପର୍ଯ୍ୟନ୍ତ କାଳିଆ ଯୋଜନାକୁ କେହି ବନ୍ଦ କରିପାରିବେ ନାହିଁ । ବିଜୁ ଜନତା ଦଳ ସରକାର ଗଠନର ପ୍ରଥମ ଦିନରେ ହିଁ ସବୁ ଚାଷୀ କାଳିଆ ଯୋଜନାର ଦୁଇଟି କିସ୍ତି ୧୦ହଜାର ଟଙ୍କା ଏକ ଥରକେ ପାଇବେ । ୨୦୧୪ ନିର୍ବାଚନ ଇସ୍ତାହାରରେ ବିଜେପି ଧାନର ସର୍ବନିମ୍ନ ମୂଲ୍ୟ ଦୁଇ ଗୁଣ କରିବାକୁ କହିଥିଲା । ଭଲ କଥା । ଚାଷୀ ଦି ପଇସା ପାଇବ । ଆମେ ଅପେକ୍ଷା କଲୁ । କିନ୍ତୁ କିଛି ହେଲା ନାହିଁ । ୨୦୧୬ରେ ଏ ବିଷୟରେ ମୁଁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି କଲି । ତା’ପରେ ବି କିଛି ହେଲା ନାହିଁ । ବିଧାନସଭାରେ ସମସ୍ତେ ନିଷ୍ପତ୍ତି କଲେ । ଗୃହ କମିଟି ହେଲା । ସବୁ ଦଳ ଏଥିରେ ସାମିଲ ହେଲେ । ଚାଷୀଙ୍କ କଥା କହିବାକୁ ଦିଲ୍ଲୀ ଗଲେ । ଦୁଇବର୍ଷ ବିତିଗଲା । ଚାଷୀଙ୍କ ପାଇଁ ଦିଲ୍ଲୀ ଦରବାର ଦୁଇ ମିନିଟ୍ ସମୟ ଦେଇପାରିଲା ନାହିଁ । ଦୁଇ ଜଣ ଓଡିଆ କେନ୍ଦ୍ରରେ ମନ୍ତ୍ରୀ ଅଛନ୍ତି । ସେମାନେ ବି ପାଟି ଖୋଲିବାକୁ ସାହସ କଲେ ନାହିଁ । ସେହିପରି ହସ୍ତତନନ୍ତ୍ର ସାମଗ୍ରୀ ଉପରେ ଜିଏସ୍ଟି ଲାଗିଲା । ବୁଣାକାରମାନେ ହଇରାଣ ହେଲେ । ବେପାର ବନ୍ଦ ହେଲା । ଆପଣଙ୍କ ସରକାର ବିଜୁ ଜନତା ଦଳ । ଜିଏସ୍ଟି କମାଇବା ପାଇଁ କେନନ୍ଦର ନିକଟରେ ଦୃଢ ଦାବି କଲା ପରେ ଜିଏସ୍ଟି କମିଲା । ଆମ କୋଶଳୀ ଭାଷା ଏକ ସମୃଦ୍ଧ ଭାଷା । କୋଶଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ରଖିବା ପାଇଁ ମୁଁ ଦାବି କରିଥିଲି । ହେଲେ କିଛି ହେଲା ନାହିଁ । ଓଡିଶା ପ୍ରତି କୋଶଳୀ ଭାଷା ପ୍ରତି, ଓଡିଶା ବିଧାନସଭା ଗୃହ କମିଟି ପ୍ରତି, ଆମ ଚାଷୀ ଓ ବୁଣାକାରଙ୍କ ପ୍ରତି କେନ୍ଦ୍ରର ବିଜେପି ସରକାରର ଦରଦ ଏମିତି । ସେ ଆହୁରି କହିଛନ୍ତି ଯେ, ନିର୍ବାଚନ ହେଲେ ଆସିବେ । ବଡ ବଡ କଥା କହିବେ । ପରେ ଦେଖା ମିଳିବ ନାହିଁ ।ସୁଖରେ ନୁହେଁ ଦୁଃଖରେ ନୁହେଁ । ମୁଁ କିନ୍ତୁ ଆପଣଙ୍କ ସାଥିରେ ସବୁବେଳେ ଅଛି । କାମ କରୁଛି ଓ କରୁଥିବି । ସାଢେ ଚାରିକୋଟି ଓଡିଶାବାସୀ ମୋର ପରିବାର । ମୁଁ ସବୁବେଳେ ଆପଣଙ୍କ ପାଖରେ ଅଛି ଆଉ ରିହିବି । ନିଜର ଦଳର ପ୍ରାର୍ଥୀମାନଙ୍କୁ ଶଙ୍ଖ ଚିହ୍ନରେ ଭୋଟ୍ ଦେବା ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...