Home ରାଜ୍ୟ ପଙ୍ଖାରେ ଫାଶୀ ଲଗାଇ ଜୀବନ ହାରିଲେ ଏସିପିଙ୍କ ପୁଅ

ପଙ୍ଖାରେ ଫାଶୀ ଲଗାଇ ଜୀବନ ହାରିଲେ ଏସିପିଙ୍କ ପୁଅ

ଭୁବନେଶ୍ୱର: ଶନିବାର-ରବିବାର ରାତିରେ ବେକରେ ଫାଶୀ ଲଗାଇ ଜଣେ ଏସିପିଙ୍କ ପୁଅ ଆତ୍ମହତ୍ୟା କରିଛନ୍ତି।ମୃତ ପିଲାଟି ହେଉଛି ସ୍ପେସାଲ୍‌ ସ୍କ୍ଵାଡ୍‌ ଏସିପି ସଞ୍ଜୀବ ଶତପଥୀଙ୍କ ସପ୍ତମ ଶ୍ରେଣୀରେ ପଢୁଥିବା ୧୨ ବର୍ଷିୟ ପୁଅ। ଜୟଦେବ ବିହାର ଅଞ୍ଚଳରେ ଥିବା ସରକାରୀ ବାସଭବନରେ ପିଲାଟି ଗୋଟିଏ ଜିନ୍‌ସ୍‌ ପ୍ୟାଣ୍ଟ୍‌କୁ ଫ୍ୟାନ୍‌ ଓ ବେକରେ ବାନ୍ଧି ଝୁଲି ପଡ଼ିଥିଲା। ପ୍ରାପ୍ତ ସୂଚନା ଅନୁସାରେ, ପିଲାଟି ରାତି ୧୨ଟା ପାଖାପାଖି ଅନ୍‌ଲାଇନ୍‌ରେ କୌଣସି ଗେମ୍‌ ଖେଳୁଥିଲା। ଗେମ୍‌ର ସମାଧାନ କରିପାରୁ ନାହିଁ ବୋଲି କହି ବାପାଙ୍କୁ ସହାୟତା କରିବାକୁ କହିଥିଲା। ଅଧଘଣ୍ଟାଏ ପରେ ବାପା ଆସି ଦେଖିଲା ବେଳକୁ ସେ ଫାଶୀ ଲଗାଇ ସାରିଥିଲା। ତୁରନ୍ତ ତାକୁ କ୍ୟାପିଟାଲ୍‌ ହସ୍‌ପିଟାଲ୍‌ ନିଆଯାଇଥିଲା ଏବଂ ସେଠାରେ ଡାକ୍ତରମାନେ ସେ ମୃତ ବୋଲି ଘୋଷଣା କରିଥିଲେ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...