Home ରାଜ୍ୟ ତିତ୍‌ଲିକୁ ନେଇ ଆଶଙ୍କାରେ ରାଜ୍ୟବାସୀ

ତିତ୍‌ଲିକୁ ନେଇ ଆଶଙ୍କାରେ ରାଜ୍ୟବାସୀ

ଭୁବନେଶ୍ୱର : ତିତ୍‌ଲିକୁ ନେଇ ଆଶଙ୍କା ଭିତରେ ଅଛନ୍ତି ର।ଜ୍ୟ ବ।ସୀ ଏପଟେ ସାଇକ୍ଳୋନିକ୍ ଷ୍ଟର୍ମରେ ପରିଣତ ହୋଇଥିବା ତିତ୍‌ଲି ଅାଜି ସିଭିୟର ସାଇକ୍ଳୋନିକ୍ ଷ୍ଟର୍ମର ରୂପ ନେବା ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ IMDର ସୂଚନା ଅନୁଯାୟୀ, ତିତ୍‌ଲି ଗୋପାଳପୁର ଠାରୁ ଏବେ ୪୧୦ କିଲୋମିଟର ଦୂରରେ ରହିଛି।ଅାସନ୍ତାକାଲି ସକାଳେ ଅାନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍ ଏବଂ ଗୋପାଳପୁର ମଧ୍ୟରେ ସ୍ଥଳଭାଗ ଛୁଇଁପାରେ।

ତେବେ ଅାଜି ସନ୍ଧ୍ୟାରୁ ବର୍ଷା ସହ ପବନ ବେଗ ବଢ଼ିବାର ପୂର୍ବାନୁମାନ କରାଯାଇଛି। ପବନ ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିମି, ବେଳେ ବେଳେ ଏହା ୧୨୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିବାର ସମ୍ଭାବନା ରହିଛି।ଏପଟେ ସମ୍ଭାବ୍ୟ ବାତ୍ୟାକୁ ଦେଖି ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ତତ୍ପରତା ପ୍ରକାଶ ପାଇଛି । ଅାଜିଠାରୁ ଗଂଜାମ, ଗଜପତି, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଏହି ୫ଟି ଜିଲ୍ଲାରେ ସ୍କୁଲ ଓ କଲେଜ୍ ବନ୍ଦ ରହିବ। ସେହିପରି ଏହି ୫ ଜିଲ୍ଲାରେ ଅଙ୍ଗନବାଡ଼ି କେନ୍ଦ୍ର ବି ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଅାଯାଇଛି। ପରିସ୍ଥିତିକୁ ଦେଖି ଅାଜି ଅନ୍ୟ ଜିଲ୍ଲା ସଂପର୍କରେ ନିଷ୍ପତ୍ତି ନିଅାଯିବ।ସେହିଭଳି ଖୋର୍ଦ୍ଧା, ଗଂଜାମ ଓ ପୁରୀ ଜିଲ୍ଲାର ତଳିଅା ଅଞ୍ଚଳର ଲୋକଙ୍କୁ ଅାବଶ୍ୟକ ପଡ଼ିଲେ ସ୍ଥାନାନ୍ତର କରାଯିବ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...