Home Uncategorized ନବ ନିଯୁକ୍ତ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ନବ ନିଯୁକ୍ତ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

H

ଭୁବନେଶ୍ୱର, (ଟୁଡେ ରିପୋର୍ଟ)- ରାଜ୍ୟର ବିଭିନ୍ନ ସରକାରୀ ଡାକ୍ତରଖାନାରେ ଆସିଷ୍ଟାଂଟ ସର୍ଜନ ଭାବେ ନିଯୁକ୍ତି ପାଇଥିବା ୧୫୬୦ ଜଣ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସଚିବାଳୟ ଠାରେ ନିଯୁକ୍ତି ପତ୍ର ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି ।
ଏହିଅବସରରେ ମୁଖ୍ୟମନ୍ତ୍ରୀ ଏକସଙ୍ଗେ ଏତେ ସଂଖ୍ୟକ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଥିବାରୁ ସନ୍ତୋଷ ପ୍ରକାଶ କରିବା ସହ ନୂତନ ଭାବେ ନିଯୁକ୍ତି ପାଇଥିବା ଡାକ୍ତରମାନଙ୍କୁ କଠିନ ପରିଶ୍ରମ କରି ଲୋକମାନଙ୍କୁ ଉତମ ମାନର ସ୍ୱାସ୍ଥ୍ୟସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଥିଲେ । ଯାହାଦ୍ୱାରା କେହି ଜଣେ ହେଲେ ବି ବ୍ୟକ୍ତି ସ୍ୱାସ୍ଥ୍ୟସେବାରୁ ବଂଚିତ ନହୁଅନ୍ତୁ ବୋଲି ସେ କହିଛନ୍ତିି । ସେହିପରି ସ୍ୱାସ୍ଥ୍ୟ ବିଭାଗ ସଚିବ ଡ. ପ୍ରମୋଦ ମେହେର୍ଦ୍ଦା କହିଥିଲେ ଯେ ଏହି ନୂତନ ନିଯୁକ୍ତି ଦ୍ୱାରା ରାଜ୍ୟରେ ସରକାରୀ ଡାକ୍ତରଙ୍କ ସଂଖ୍ୟା ୬୩୨୯କୁ ବୃଦ୍ଧି ପାଇଛି ଯାହାକି ଅନୁମୋଦିତ ଡାକ୍ତର ସଂଖ୍ୟାର ୯୪ ପ୍ରତିଶତ ଅଟେ ।
ଏହି ଅବସରରେ ଉନ୍ନୟନ କମିଶନର ଅସୀତ ତ୍ରିପାଠୀ ଏବଂ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶ୍ରୀମତୀ ଶାଲିନୀ ପଣ୍ଡିତ ପ୍ରମୁଖ ଉପସ୍ଥିତ ଥିଲେ ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...