Home Uncategorized ଓଲିଉଡରୁ ଅମ୍ଲାନ୍ ଉଭାନ୍ !

ଓଲିଉଡରୁ ଅମ୍ଲାନ୍ ଉଭାନ୍ !

କେତେକ ଓଲିଉଡ୍‌ ନାୟକଙ୍କ ହାତରେ କୌଣସି ନୂଆ ସିନେମା ନ ଥିବା ଜଣାଯାଇଛି । ଏହି ଟପ୍‌ ହିରୋଙ୍କ ଭିତରେ ବେଶି ଚର୍ଚ୍ଚାରେ ରହିଛନ୍ତି ଅରିନ୍ଦମ୍‌, , ବୁଦ୍ଧାଦିତ୍ୟ ଓ ଅମ୍ଳାନ । ଏମାନଙ୍କ ଭିତରୁ ଅରିନ୍ଦମ୍‌ ରାଜନୀତିରେ ବେଶ୍‌ ସକ୍ରିୟ ଅଛନ୍ତି । ଅନ୍ୟପକ୍ଷରେ ବୁଦ୍ଧାଦିତ୍ୟ ମହାନ୍ତି ମୁମ୍ବାଇରେ ରହି ନିଜର କ୍ୟାରିଅର୍‌କୁ ଆଗକୁ ନେଇଛନ୍ତି । ଏଣୁ ତାଙ୍କ କଥା ବି ଭିନ୍ନ । ତା’ଛଡା ସେ କମ୍‌ ସଂଖ୍ୟକ ଓଡ଼ିଆ ଛବିରେ ବି କାମ କରିବାର ନଜିର ରହିଛି । ହେଲେ ଅମ୍ଳାନ ତ ଜଣେ ବ୍ୟସ୍ତ ନାୟକ ଥିଲେ । ସେ ୨୦୧୩ରେ ‘ ଟାର୍ଗେଟ’ ସିନେମାରୁ ଓଲିଉଡରେ ହିରୋଭାବେ ଡେବ୍ୟୁ କରିବା ପରେ ନିୟମିତ ଭାବେ ସିନେମାରେ କାମ କରି ଆସୁଛନ୍ତି । ତାଙ୍କର ବର୍ଷକୁ ୨ ରୁ ୩ ଟି ଲେଖାଏଁ ସିନେମା ରିଲିଜ୍‌ ହୋଇଛି । ଗତବର୍ଷ ଅମ୍ଳାନଙ୍କୁ ‘ସପନର ପଥେ ପଥେ’ ଓ ‘ବଜରଙ୍ଗୀ’ ଭଳି ସିନେମାରେ ନାୟକ ଭୂମିକାରେ ଦେଖିବାକୁ ପାଇଥିଲେ ଦର୍ଶକ ।

ଇତିମଧ୍ୟରେ ୨୦୧୮ର ପ୍ରଥମ ୮ ମାସ ବିତି ଗଲାଣି, କିନ୍ତୁ ଅମ୍ଳାନଙ୍କୁ ଏଯାବତ୍‌ କୌଣସି ଗୋଟିଏ ବି ଓଡ଼ିଆ ଛବିରେ ଦେଖିବାକୁ ମିଳି ନାହିଁ । ଏ ଦୃଷ୍ଟିରୁ ସିନେପ୍ରେମୀ ପରଦାରେ ତାଙ୍କର ଅନୁପସ୍ଥିତିକୁ ଅନୁଭବ କରୁଛନ୍ତି ।

ଅମ୍ଳାନ ଜଣେ ଭଲ ଅଭିନେତା ଓ ସେ ବେଶ୍‌ କେତୋଟି ହିଟ୍‌ ସିନେମା ମଧ୍ୟ ଦେଇଛନ୍ତି । ଖାସ୍‌ କରି ଅମ୍ଳାନଙ୍କ ଅଭିନୀତ ଗୋଲାପି ଗୋଲାପି, କଲେଜ୍‌ ଟାଇମ୍‌ ଓ ନୂଆ ନୂଆ ପ୍ରେମରେ ଆଦି ଭଲ ଚାଲିଥିଲା ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...